)
ନୂଆଦିଲ୍ଲୀ: Gold-Silver Rate: ରବିବାର ଅର୍ଥାତ ଡିସେମ୍ୱର ୧୨ରେ ସୁନା ମୂଲ୍ୟ (Gold Price) ରେ ହ୍ରାସ ଘଟିଛି । ସେପଟେ ରୁପା ମୂଲ୍ୟ (Silevr Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ସେହିପରି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟ ମଧ୍ୟ ସ୍ଥିର ରହିଛି । ଦେଶରେ ଶନିବାର ସୁନା ମୂଲ୍ୟରେ ୬୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ରବିବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୭୮୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ଏହାର ମୂଲ୍ୟ ୪୭,୭୯୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୧୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୬,୭୮୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ଏହାର ମୂଲ୍ୟ ୪୬,୭୯୦ ଟଙ୍କା ଥିଲା ।
ସେପଟେ ଦେଶରେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଶନିବାର ଦେଶରେ ରୁପା ମୂଲ୍ୟରେ ୫୦୦ ଟଙ୍କାର ବୃଦ୍ଧି ଘଟିଥିବାବେଳେ ରବିବାର ରୁପା ଦର ସ୍ଥିର ରହିଛି । ଫଳରେ ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୧୨୦୦ ଟଙ୍କା ରହିଛି । ଯାହା ଶନିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୧୨୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୧୨୦ ଟଙ୍କା ରହିଛି । ଯାହା ଶନିବାର ୬,୧୨୦ ଟଙ୍କା ଥିଲା ।
ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ମଧ୍ୟ ସୁନା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଶନିବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୨୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପଟେ ରବିବାର ୧୦ ଗ୍ରାମ ସୁନା ଦରରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୩୬୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ୧୦ ଗ୍ରାମ ସୁନା ମୂଲ୍ୟ ୪୯,୩୫୦ ଟଙ୍କାରେ ବନ୍ଦ ହୋଇଥିଲା । ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୧୧୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ଏହାର ମୂଲ୍ୟ ୪୫,୧୦୦ ଟଙ୍କା ଥିଲା ।
ରାଜଧାନୀ ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ସ୍ଥିର ରହିଛି । ଶନିବାର ରାଜଧାନୀରେ ରୁପା ମୂଲ୍ୟରେ ୫୦୦ ଟଙ୍କାର ବୃଦ୍ଧି ଘଟିଥିଲା । ସେପଟେ ରବିବାର ରୁପା ଦର ସ୍ଥିର ରହିଛି । ଫଳରେ ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୧୨୦୦ ଟଙ୍କା ରହିଛି । ଯାହା ଶନିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୧୨୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୧୨୦ ଟଙ୍କା ରହିଛି । ଯାହା ଶନିବାର ୬,୧୨୦ ଟଙ୍କା ଥିଲା ।
ଏହା ବି ପଢ଼ନ୍ତୁ:-କୋରୋନା ମାମଲାରେ ଆସିଲା ଆଶ୍ୱସ୍ତିକର ଖବର
ଏହା ବି ପଢ଼ନ୍ତୁ:-ଭାରତକୁ ପ୍ରଶଂସା କଲା ତାଲିବାନ କିନ୍ତୁ...