• କଳାହାଣ୍ଡି: ସନସାଇନ୍ ପବ୍ଲିକ ସ୍କୁଲ ଅଧ୍ୟକ୍ଷା ନିଖୋଜ ମାମଲା
  • ମହାଲିଙ୍ଗ ସ୍ଥିତ ନିର୍ମାଣାଧୀନ ଷ୍ଟାଡିୟମରୁ ମିଳିଲା ପୋଡ଼ାକାଠ, ପାଉଁଶ
  • ଜେସିବି ଦ୍ୱାରା ମାଟି ଖୋଳି ପୋଡ଼ାକାଠ, ପାଉଁଶ ଉଦ୍ଧାର
  • ମମିତାଙ୍କୁ ହତ୍ୟା କରି ପୋତି ଦିଆଯାଇଥିବା ସନ୍ଦେହ
  • ଦରଦାମ ବୃଦ୍ଧି ପ୍ରତିବାଦରେ କଂଗ୍ରେସ ପକ୍ଷରୁ ଆନ୍ଦୋଳନ
  • ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ କୁଶପୁତଳିକା ଦାହ କଲା ଯୁବ କଂଗ୍ରେସ
  • ମମିତା ମେହେର ଅପହରଣ ଘଟଣାରେ ଗୃହରାଷ୍ଟ୍ର ମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ରାଜ୍ୟ ବିଜେପି ସଭାପତି
  • କେରଳରେ ବନ୍ୟାର ତାଣ୍ଡବ: ୪୧ ମୃତ, ୧୧ଟି ଡ୍ୟାମ୍ ପାଇଁ ରେଡ୍‌ ଆଲର୍ଟ ଜାରି
  • ଗୋଟିଏ ସ୍ଥାନରେ ମିଳିପାରିବ ଶାସ୍ତ୍ରୀୟ ନୃତ୍ୟ ଓଡ଼ିଶୀର ସମସ୍ତ କଳା କୌଶଳ
  • ପୁରାତନ ଗୁରୁଙ୍କ କାଳଜୟୀ କଳାର ସମାହାର ସାଙ୍ଗକୁ ଏ କ୍ଷେତ୍ରରେ ପ୍ରତିଷ୍ଠିତ ବ୍ୟକ୍ତିତ୍ୱଙ୍କ ନୃତ୍ୟ ଚାତୁରୀ

ରାଜଧାନୀରେ ଖସିଲା ରୁପା ଦର, ଜାଣନ୍ତୁ କ'ଣ ରହିଛି ସୁନା ରେଟ୍

ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ବୃଦ୍ଧି ଘଟିଛି । ଗତକାଲି (ମଙ୍ଗଳବାର) ଦେଶରେ ରୁପା ମୂଲ୍ୟରେ ୧୦୦ ଟଙ୍କାର ବୃଦ୍ଧି ଘଟିଥିବା ବେଳେ ଆଜି ରୁପା ଦରରେ ୩୦୦ ଟଙ୍କାର ବୃଦ୍ଧି ଘଟିଛି । 

ରାଜଧାନୀରେ ଖସିଲା ରୁପା ଦର, ଜାଣନ୍ତୁ କ'ଣ ରହିଛି ସୁନା ରେଟ୍

ନୂଆଦିଲ୍ଲୀ: Gold-Silver Rate: ଦେଶରେ ଆଜି (ବୁଧବାର) ଅର୍ଥାତ ଅକ୍ଟୋବର ୧୩ରେ ସୁନା ଓ ରୁପା ମୂଲ୍ୟ (Gold Silver Price) ରେ ବୃଦ୍ଧି ରେକର୍ଡ କରାଯାଇଛି । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ବୃଦ୍ଧି ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ମଙ୍ଗଳବାର ସୁନା ମୂଲ୍ୟରେ ୯୦ ଟଙ୍କାର ବୃଦ୍ଧି ଘଟି ଥିଲା । ସେହିପରି ଆଜି ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୬୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଆଜି ୧୦ ଗ୍ରାମ ସୁନା ମୂଲ୍ୟ ୪୭,୨୯୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଅର୍ଥାତ ମଙ୍ଗଳବାର ଏହାର ମୂଲ୍ୟ ୪୭,୦୩୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୯୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୬,୨୯୦ ଟଙ୍କାରେ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୬,୦୩୦ ଟଙ୍କା ଥିଲା ।

ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ବୃଦ୍ଧି ଘଟିଛି । ଗତକାଲି (ମଙ୍ଗଳବାର) ଦେଶରେ ରୁପା ମୂଲ୍ୟରେ ୧୦୦ ଟଙ୍କାର ବୃଦ୍ଧି ଘଟିଥିବା ବେଳେ ଆଜି ରୁପା ଦରରେ ୩୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୧୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୮୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୨୧୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬,୧୮୦ ଟଙ୍କା ଥିଲା ।

ସେପଟେ ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ବିଗତ ୫ ଦିନ ଧରି ସୁନା ଦର ସ୍ଥିର ରହିଥିବା ପରେ ଆଜି ସୁନା ମୂଲ୍ୟରେ ବୃଦ୍ଧି ଘଟିଛି । ମଙ୍ଗଳବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ କୌଣସି ପରିବର୍ତ୍ତନ ଘଟି ନଥିଲା । ଅନ୍ୟପଟେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୯୫୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୬୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୪୮,୭୦୦ ଟଙ୍କାରେ ବନ୍ଦ ହୋଇଥିଲା । ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୨୪୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୧୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୩,୯୧୦ ଟଙ୍କା ଥିଲା ।

ବୁଧବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗତକାଲି ଅର୍ଥାତ ମଙ୍ଗଳବାର ରାଜଧାନୀରେ ରୁପା ମୂଲ୍ୟରେ ୪୧୦୦ ଟଙ୍କାର ବୃଦ୍ଧି ଘଟିଥିଲା । ସେପଟେ ଆଜି (ବୁଧବାର) ରୁପା ଦରରେ ୩୭୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୧୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୮୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୨୧୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬,୫୮୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ପିଏମ ମୋଦି ଓ ଇସ୍ରାଏଲ ଉପରେ ଇମ୍ରାନ ଖାନ ଦେଲେ ଏଭଳି 'ଜ୍ଞାନ', ସବୁଆଡ଼େ ଉଡ଼ୁଛି ମଜାକ

ଅଧିକ ପଢ଼ନ୍ତୁ:-ଡ୍ରଗ୍ସ ମାମଲାରେ ଚର୍ଚ୍ଚାରେ ଆସିଥିବା ସମୀର ୱାନଖେଡ଼େଙ୍କ ମୁଣ୍ଡ ଉପରେ ରହିଛି ଏହି ଖାସ୍ ବ୍ୟକ୍ତିଙ୍କ ହାତ, ପତ୍ନୀ କ୍ରାନ୍ତି କଲେ ଖୁଲାସା

ଅଧିକ ପଢ଼ନ୍ତୁ:-ପୋଷ୍ଟ ଅଫିସ ନା ବ୍ୟାଙ୍କ? ଜାଣନ୍ତୁ କେଉଁଠାରେ ପ୍ରଥମେ ଡବଲ ହେବ ଆପଣଙ୍କ ଟଙ୍କା