ଆହୁରି କମିଲା ସୁନା ମୂଲ୍ୟ, ଜାଣନ୍ତୁ କ'ଣ ରହିଛି ରୁପା ରେଟ୍
Advertisement

ଆହୁରି କମିଲା ସୁନା ମୂଲ୍ୟ, ଜାଣନ୍ତୁ କ'ଣ ରହିଛି ରୁପା ରେଟ୍

ରବିବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ ହ୍ରାସ ଘଟିଛି । ଶନିବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ କୌଣସି ପରିବର୍ତ୍ତନ ଘଟି ନଥିଲା । ସେପଟେ ରବିବାର ୧୦ ଗ୍ରାମ ସୁନା ମୂଲ୍ୟରେ ୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୭୧୦ ଟଙ୍କାରେ ପହଞ୍ଚିଛି । 

ଆହୁରି କମିଲା ସୁନା ମୂଲ୍ୟ, ଜାଣନ୍ତୁ କ'ଣ ରହିଛି ରୁପା ରେଟ୍

ନୂଆଦିଲ୍ଲୀ: Gold-Silver Rate: ରବିବାର ସୁନା ମୂଲ୍ୟ (Gold Price) ରେ ହ୍ରାସ ଘଟିଥିବା ବେଳେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ କୌଣସି ପରିବର୍ତ୍ତନ ଘଟିନାହିଁ । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରେ ଶନିବାର ସୁନା ମୂଲ୍ୟରେ ୧୫୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ରବିବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୧୯୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ଏହାର ମୂଲ୍ୟ ୪୮,୨୦୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୧୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୭,୧୯୦ ଟଙ୍କାରେ ପହଞ୍ଚିଛି । ଶନିବାର ଏହାର ମୂଲ୍ୟ ୪୭,୨୦୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ପିଏମ ମୋଦିଙ୍କ ସହ ସାକ୍ଷାତ ପରେ ଏହି ରାଜ୍ୟ ନେଲା କୋରୋନା ଉପରେ ବଡ଼ ନିଷ୍ପତ୍ତି

ଅନ୍ୟପଟେ ରବିବାର ଦେଶରେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଶନିବାର ଦେଶରେ ରୁପା ମୂଲ୍ୟରେ ୧୩୦୦ ଟଙ୍କାର ହ୍ରାସ ଘଟିଥିବା ବେଳେ ରବିବାର ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୪୦୦ ଟଙ୍କା ରହିଛି । ଯାହା ଶନିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୪୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୮୪୦ ଟଙ୍କା ରହିଛି । ଯାହା ଶନିବାର ୬,୮୪୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-LPG ଗ୍ରାହକଙ୍କ ପାଇଁ ଖୁସି ଖବର

ରବିବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ ହ୍ରାସ ଘଟିଛି । ଶନିବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ କୌଣସି ପରିବର୍ତ୍ତନ ଘଟି ନଥିଲା । ସେପଟେ ରବିବାର ୧୦ ଗ୍ରାମ ସୁନା ମୂଲ୍ୟରେ ୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୭୧୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ୧୦ ଗ୍ରାମ ସୁନା ମୂଲ୍ୟ ୪୯,୭୨୦  ଟଙ୍କାରେ ବନ୍ଦ ହୋଇଥିଲା । ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୫୦୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ଏହାର ମୂଲ୍ୟ ୪୭,୫୧୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ସରକାରୀ କର୍ମଚାରୀଙ୍କୁ ମୋଦି ସରକାରଙ୍କ ଆଉ ଏକ ଉପହାର, ଏବେ ଏହି ଭତ୍ତାର ପରିମାଣ କରାଗଲା ବୃଦ୍ଧି

ସେହିପରି ରବିବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଶନିବାର ରାଜଧାନୀରେ ରୁପା ମୂଲ୍ୟରେ ୫୯୦୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପଟେ ରବିବାର ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନାହିଁ । ଫଳରେ ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୪୦୦ ଟଙ୍କା ରହିଛି । ଯାହା ଶନିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୪୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୮୪୦ ଟଙ୍କା ରହିଛି । ଯାହା ଶନିବାର ୬,୮୪୦ ଟଙ୍କା ଥିଲା ।