• ତପନ ଚାନ୍ଦ ବେଦାନ୍ତ କମ୍ପାନିର ଆବାସିକ ନିର୍ଦେଶକ ନିଯୁକ୍ତ
  • ୨୧ ବର୍ଷ ପରେ ଭାରୋତ୍ତୋଳନରେ ଭାରତକୁ ଅଲିମ୍ପିକ ପଦକ
  • ମହିଳା ୪୯ କେଜି ବର୍ଗରେ ମୀରାବାଈ ଚାନୁଙ୍କୁ ରୌପ୍ୟ ପଦକ
  • ମୀରାବାଈ ଚାନୁଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି
  • ତୀରନ୍ଦାଜି ମିକ୍ସଡ ରିକର୍ଭ କ୍ବାର୍ଟର ଫାଇନାଲରେ ଦୀପିକା କୁମାରୀ ଓ ପ୍ରବୀଣ ଯାଦବ ପରାସ୍ତ
  • ଗତ ୨୪ ଘଣ୍ଟାରେ ଦେଶରେ ୩୯,୦୯୭ ନୂଆ କୋରୋନା ମାମଲା ଚିହ୍ନଟ, ୫୪୬ ମୃତ
  • ରାଜ୍ୟରେ ଦିନକରେ ଆଉ ୧୮୬୪କୋରୋନା ଆକ୍ରାନ୍ତ ଚିହ୍ନଟ, ୬୮ ମୃତ
  • ଚତୁର୍ଥ ପର୍ଯ୍ୟାୟ ଜାତୀୟ ସେରୋ ସର୍ଭେର ଓଡ଼ିଶା ରିପୋର୍ଟ
  • ୬୫.୧୨% ସାଧାରଣ ଲୋକ, ୮୫.୫୩% ସ୍ବାସ୍ଥ୍ୟକର୍ମୀଙ୍କ ଦେହରେ ଅଛି ଆଣ୍ଟିବଡି
  • ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୭୦.୯% ଲୋକଙ୍କ ଦେହରେ ଆଣ୍ଟିବଡି

ଆହୁରି କମିଲା ରୁପା ଦର, ଜାଣନ୍ତୁ କ'ଣ ରହିଛି ସୁନା ରେଟ୍

ମଙ୍ଗଳବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ ହ୍ରାସ ଘଟିଛି । ସୋମବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୨୧୦ ଟଙ୍କାର ହ୍ରାସ ଘଟିଥିଲା ।

ଆହୁରି କମିଲା ରୁପା ଦର, ଜାଣନ୍ତୁ କ'ଣ ରହିଛି ସୁନା ରେଟ୍

ନୂଆଦିଲ୍ଲୀ: Gold-Silver Rate: ମଙ୍ଗଳବାର ସୁନା ମୂଲ୍ୟ (Gold Price) ରେ ବୃଦ୍ଧି ଘଟିଥିବା ବେଳେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ସେପଟେ ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ବୃଦ୍ଧି ଦେଖାଦେଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରେ ସୋମବାର ସୁନା ମୂଲ୍ୟରେ ୧୫୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପଟେ ମଙ୍ଗଳବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୬୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୩୦୦ ଟଙ୍କାରେ ପହଞ୍ଚିଛି । ଯାହା ସୋମବାର ଏହାର ମୂଲ୍ୟ ୪୮,୦୪୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୨୬୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୭,୩୦୦ ଟଙ୍କାରେ ପହଞ୍ଚିଛି । ସୋମବାର ଏହାର ମୂଲ୍ୟ ୪୭,୦୪୦ ଟଙ୍କା ଥିଲା ।

ସେପଟେ ମଙ୍ଗଳବାର ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ସୋମବାର ଦେଶରେ ରୁପା ମୂଲ୍ୟରେ ୬୦୦ ଟଙ୍କାର ହ୍ରାସ ଘଟିଥିବା ବେଳେ ମଙ୍ଗଳବାର ରୁପା ମୂଲ୍ୟରେ ୩୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୫୦୦ ଟଙ୍କାରେ ପହଞ୍ଚିଛି । ଯାହା ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୮୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୭୫୦ ଟଙ୍କା ରହିଛି । ଯାହା ସୋମବାର ୬,୭୮୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ସଂସଦରେ ହଙ୍ଗାମା ପାଇଁ କଂଗ୍ରେସକୁ ଟାର୍ଗେଟ କଲେ ମୋଦି, କହିଲେ-ସେମାନଙ୍କୁ ଲାଗୁଛି...

ମଙ୍ଗଳବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ ହ୍ରାସ ଘଟିଛି । ସୋମବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୨୧୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ମଙ୍ଗଳବାର ୧୦ ଗ୍ରାମ ସୁନା ମୂଲ୍ୟରେ ୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୫୪୯୦ ଟଙ୍କାରେ ପହଞ୍ଚିଛି । ଯାହା ସୋମବାର ୧୦ ଗ୍ରାମ ସୁନା ମୂଲ୍ୟ ୪୯,୫୦୦ ଟଙ୍କାରେ ବନ୍ଦ ହୋଇଥିଲା । ସେପଟେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୬୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୨୮୦ ଟଙ୍କାରେ ପହଞ୍ଚିଛି । ଯାହା ସୋମବାର ଏହାର ମୂଲ୍ୟ ୪୭,୨୨୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-IOC, BPCL ଏବଂ HPCL ବ୍ୟତୀତ ଏହି ୭ଟି କମ୍ପାନୀ ବି ବିକିବେ ପେଟ୍ରୋଲ-ଡିଜେଲ, ସରକାର ଦେଲେ ମଞ୍ଜୁରୀ

ସେହିପରି ମଙ୍ଗଳବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ସୋମବାର ରାଜଧାନୀରେ ରୁପା ମୂଲ୍ୟରେ ୬୦୦ ଟଙ୍କାର ହ୍ରାସ  ଘଟି ଥିଲା । ସେହିପରି ମଙ୍ଗଳବାର ରୁପା ମୂଲ୍ୟରେ ୩୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୫୦୦ ଟଙ୍କାରେ ପହଞ୍ଚିଛି । ଯାହା ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୮୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୭୫୦ ଟଙ୍କା ରହିଛି । ଯାହା ସୋମବାର ୬,୭୮୦ ଟଙ୍କା ଥିଲା ।