ବିବାହ ଋତୁରେ ପୁଣି କମିଲା ସୁନା ଦର, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍
Advertisement

ବିବାହ ଋତୁରେ ପୁଣି କମିଲା ସୁନା ଦର, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍

ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ଲଗାତର ତୃତୀୟ ଦିନ ସୁନା ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି । 

ବିବାହ ଋତୁରେ ପୁଣି କମିଲା ସୁନା ଦର, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍

ନୂଆଦିଲ୍ଲୀ: Gold-Silver Rate: ବୁଧବାର ଅର୍ଥାତ ଡିସେମ୍ୱର ୨୨ରେ ସୁନା ମୂଲ୍ୟ (Gold Price) ରେ ହ୍ରାସ ଘଟିଥିବାବେଳେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ସମାନ ସ୍ଥିତି ଦେଖାଦେଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରେ ମଙ୍ଗଳବାର ସୁନା ମୂଲ୍ୟରେ ୨୩୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ବୁଧବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୪୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ଏହାର ମୂଲ୍ୟ ୪୮,୪୧୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୪୧୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୭,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ଏହାର ମୂଲ୍ୟ ୪୭,୪୧୦ ଟଙ୍କା ଥିଲା ।
 
ଅନ୍ୟପଟେ ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଦେଖାଦେଇଛି । ମଙ୍ଗଳବାର ଦେଶରେ ରୁପା ମୂଲ୍ୟରେ ୫୦୦ ଟଙ୍କାର ହ୍ରାସ ଘଟିଥିବାବେଳେ ବୁଧବାର ରୁପା ଦରରେ ୫୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ବୁଧବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୯୦୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୪୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୧୯୦ ଟଙ୍କା ରହିଛି । ଯାହା ମଙ୍ଗଳବାର ୬,୧୪୦ ଟଙ୍କା ଥିଲା ।

ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ଲଗାତର ତୃତୀୟ ଦିନ ସୁନା ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି । ମଙ୍ଗଳବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୪୭୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ବୁଧବାର ୧୦ ଗ୍ରାମ ସୁନା ମୂଲ୍ୟରେ ୧୫୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୪୩୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ୧୦ ଗ୍ରାମ ସୁନା ମୂଲ୍ୟ ୪୯,୫୮୦ ଟଙ୍କାରେ ବନ୍ଦ ହୋଇଥିଲା । ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୧୬୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୧୪୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ଏହାର ମୂଲ୍ୟ ୪୫,୩୦୦ ଟଙ୍କା ଥିଲା ।

ସେପଟେ ବୁଧବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ମଙ୍ଗଳବାର ରାଜଧାନୀରେ ରୁପା ମୂଲ୍ୟରେ ୫୦୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପଟେ ବୁଧବାର ରୁପା ଦରରେ ୫୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ବୁଧବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୯୦୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୪୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୧୯୦ ଟଙ୍କା ରହିଛି । ଯାହା ମଙ୍ଗଳବାର ୬,୧୪୦ ଟଙ୍କା ଥିଲା ।

ଏହା ବି ପଢ଼ନ୍ତୁ:-ଟେନସନ୍ ବଢ଼ାଇଲା ଓମିକ୍ରନ, ରାଜଧାନୀରେ କୋରୋନା ଭାଙ୍ଗିଲା ୬ ମାସର ରେକର୍ଡ

ଏହା ବି ପଢ଼ନ୍ତୁ:-କୋହଲିଙ୍କ ଶନିଦଶା! ଟେଷ୍ଟ ପରେ ଟି-୨୦ରୁ ମଧ୍ୟ ଲାଗିଲା ଝଟକା

ଏହା ବି ପଢ଼ନ୍ତୁ:-ଆଉ ୪୮ ଘଣ୍ଟା ଶୀତ ଲହରି, ୧୦ ଡିଗ୍ରୀ ତଳେ ୧୭ ସ୍ଥାନର ପାରଦ