• ଗଞ୍ଜାମ ଭଞ୍ଜନଗର ବ୍ଲକ୍‌ କୁଟୁଣୁକୁମ୍ପା ଗାଁରେ ଗୁଳିମାଡ଼
  • ଗୁରୁତର ଆହତ ଶିବରାମ ନାୟକ ବ୍ରହ୍ମପୁର ବଡ଼ ମେଡିକାଲ ଭର୍ତ୍ତି
  • ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୬ ,୧୧୫ଟି ନୂଆ କୋରୋନା ମାମଲା ଚିହ୍ନଟ, ୨୫୨ ମୃତ
  • ଦିନକରେ ରାଜ୍ୟରେ ଆଉ ୪୬୨ କୋରୋନା ଆକ୍ରାନ୍ତ ଚିହ୍ନଟ, ୫ ମୃତ
  • ବାଲେଶ୍ବର ମଥାନୀରେ ଜଳକା ବିପଦ ସଂକେତ ଉପରେ ପ୍ରବାହିତ
  • ନ୍ୟୁଜିଲାଣ୍ଡ ମହିଳା କ୍ରିକେଟ ଟିମ୍‌କୁ ବୋମା ବିସ୍ଫୋରଣ ଧମକ !
  • ନ୍ୟୁଜିଲାଣ୍ଡ ଟିମ୍‌କୁ ନେଇ ଇଂଲଣ୍ଡ ଓ ୱେଲ୍ସ କ୍ରିକେଟ ବୋର୍ଡକୁ ଆସିଛି ଧମକପୂର୍ଣ୍ଣ ଇ-ମେଲ୍‌
  • ଆସନ୍ତା ୨୫ରେ ଆମେରିକାରେ ଆୟୋଜିତ ହେବ କ୍ବାଡ଼ ସମ୍ମିଳନୀ
  • କେନ୍ଦୁଝରରେ ନେସ୍କୋ ଯନ୍ତ୍ରୀ ମହେଶ୍ଵର ସେଠୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି

ପୁଣି ଖସିଲା ସୁନା ଦର, ଜାଣନ୍ତୁ କ'ଣ ରହିଛି ରୁପା ରେଟ୍

ଗୁରୁବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ ହ୍ରାସ ଘଟିଛି । ବୁଧବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୧୪୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଗୁରୁବାର ୧୦ ଗ୍ରାମ ସୁନା ମୂଲ୍ୟରେ ୩୪୦ ଟଙ୍କାର ହ୍ରାସ ଘଟିଛି । 

ପୁଣି ଖସିଲା ସୁନା ଦର, ଜାଣନ୍ତୁ କ'ଣ ରହିଛି ରୁପା ରେଟ୍

ନୂଆଦିଲ୍ଲୀ: Gold-Silver Rate: ଗୁରୁବାର ସୁନା ମୂଲ୍ୟ (Gold Price) ରେ ହ୍ରାସ ଘଟିଥିବା ବେଳେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ସେପଟେ ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରେ ବୁଧବାର ସୁନା ମୂଲ୍ୟରେ ୧୮୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଗୁରୁବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୨୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୯୦୦ ଟଙ୍କାରେ ପହଞ୍ଚିଛି । ଯାହା ବୁଧବାର ଏହାର ମୂଲ୍ୟ ୪୮,୩୦୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୨୨୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୬,୯୦୦ ଟଙ୍କାରେ ପହଞ୍ଚିଛି । ବୁଧବାର ଏହାର ମୂଲ୍ୟ ୪୭,୩୦୦ ଟଙ୍କା ଥିଲା ।

ସେପଟେ ଗୁରୁବାର ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ବୁଧବାର ଦେଶରେ ରୁପା ମୂଲ୍ୟରେ ୯୦୦ ଟଙ୍କାର ହ୍ରାସ ଘଟିଥିବା ବେଳେ ବୁଧବାର ରୁପା ମୂଲ୍ୟରେ ୩୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୁରୁବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୯୦୦ ଟଙ୍କାରେ ପହଞ୍ଚିଛି । ଯାହା ବୁଧବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୬୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୬୯୦ ଟଙ୍କା ରହିଛି । ଯାହା ବୁଧବାର ୬,୬୬୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଜାରି ହେଲା ଆଜିର ଡିଜେଲ-ପେଟ୍ରୋଲର ଦାମ୍, ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍

ଗୁରୁବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ ହ୍ରାସ ଘଟିଛି । ବୁଧବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୧୪୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଗୁରୁବାର ୧୦ ଗ୍ରାମ ସୁନା ମୂଲ୍ୟରେ ୩୪୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୦୧୦ ଟଙ୍କାରେ ପହଞ୍ଚିଛି । ଯାହା ବୁଧବାର ୧୦ ଗ୍ରାମ ସୁନା ମୂଲ୍ୟ ୪୯,୩୫୦ ଟଙ୍କାରେ ବନ୍ଦ ହୋଇଥିଲା । ସେପଟେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୨୯୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୭୮୦ ଟଙ୍କାରେ ପହଞ୍ଚିଛି । ଯାହା ବୁଧବାର ଏହାର ମୂଲ୍ୟ ୪୭,୦୭୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଦୁନିଆର ୬ଟି ଦେଶର ଶପଥ, କ୍ଷମତା ବଳରେ ତାଲିବାନକୁ କରିବାକୁ ଦେବେ ନାହିଁ ଦଖଲ

ଗୁରୁବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ବୁଧବାର ରାଜଧାନୀରେ ରୁପା ମୂଲ୍ୟରେ ୯୦୦ ଟଙ୍କାର ହ୍ରାସ  ଘଟି ଥିଲା । ଅନ୍ୟପଟେ ଗୁରୁବାର ରୁପା ମୂଲ୍ୟରେ ୩୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୁରୁବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୯୦୦ ଟଙ୍କାରେ ପହଞ୍ଚିଛି । ଯାହା ବୁଧବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୬୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୬୯୦ ଟଙ୍କା ରହିଛି । ଯାହା ବୁଧବାର ୬,୬୬୦ ଟଙ୍କା ଥିଲା ।