ପୁଣି ଖସିଲା ସୁନା-ରୁପା ଦର, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍
Advertisement

ପୁଣି ଖସିଲା ସୁନା-ରୁପା ଦର, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍

ଅନ୍ୟପଟେ ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ମୂଲ୍ୟରେ ବୃଦ୍ଧି ଘଟିଛି । ଗୁରୁବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୯୦ ଟଙ୍କାର ବୃଦ୍ଧି ଘଟିଥିଲା । 

ପୁଣି ଖସିଲା ସୁନା-ରୁପା ଦର, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍

ନୂଆଦିଲ୍ଲୀ: Gold-Silver Rate: ଶୁକ୍ରବାର ଅର୍ଥାତ ଅକ୍ଟୋବର ୨୨ରେ ସୁନା ଓ ରୁପା ମୂଲ୍ୟ (Gold Silver Price) ରେ ହ୍ରାସ ଘଟିଛି । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ହ୍ରାସ ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ଗୁରୁବାର ସୁନା ମୂଲ୍ୟରେ ୨୦ ଟଙ୍କାର ହ୍ରାସ ଘଟି ଥିଲା । ସେହିପରି ଶୁକ୍ରବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଶୁକ୍ରବାର ୧୦ ଗ୍ରାମ ସୁନା ମୂଲ୍ୟ ୪୭,୪୬୦ ଟଙ୍କାରେ ପହଞ୍ଚିଛି । ଯାହା ଗୁରୁବାର ଏହାର ମୂଲ୍ୟ ୪୭,୪୭୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୬,୪୬୦ ଟଙ୍କାରେ ପହଞ୍ଚିଛି । ଗୁରୁବାର ଏହାର ମୂଲ୍ୟ ୪୬,୪୭୦ ଟଙ୍କା ଥିଲା ।

ସେହିପରି ଦେଶରେ ରୁପା ମୂଲ୍ୟ (Silver Price) ରେ  ହ୍ରାସ ଘଟିଛି । ଗୁରୁବାର ଦେଶରେ ରୁପା ମୂଲ୍ୟରେ ୯୦୦ ଟଙ୍କାର ବୃଦ୍ଧି ଘଟିଥିବାବେଳେ ଶୁକ୍ରବାର ରୁପା ଦରରେ ୨୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଶୁକ୍ରବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୩୦୦ ଟଙ୍କାରେ ପହଞ୍ଚିଛି । ଯାହା ଗୁରୁବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୫୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୫୩୦ ଟଙ୍କାରେ ପହଞ୍ଚିଛି । ଯାହା ଗୁରୁବାର ୬,୫୫୦ ଟଙ୍କା ଥିଲା ।

ଅନ୍ୟପଟେ ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ମୂଲ୍ୟରେ ବୃଦ୍ଧି ଘଟିଛି । ଗୁରୁବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୯୦ ଟଙ୍କାର ବୃଦ୍ଧି ଘଟିଥିଲା । ଶୁକ୍ରବାର ୧୦ ଗ୍ରାମ ସୁନା ମୂଲ୍ୟରେ ୧୦୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୯୦୦ ଟଙ୍କାରେ ପହଞ୍ଚିଛି । ଯାହା ଗୁରୁବାର ୧୦ ଗ୍ରାମ ସୁନା ମୂଲ୍ୟ ୪୮,୮୦୦ ଟଙ୍କାରେ ବନ୍ଦ ହୋଇଥିଲା । ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୩୦୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୫୫୦ ଟଙ୍କାରେ ପହଞ୍ଚିଛି । ଯାହା ଗୁରୁବାର ଏହାର ମୂଲ୍ୟ ୪୪,୨୫୦ ଟଙ୍କା ଥିଲା ।

ଶୁକ୍ରବାରଲ ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗୁରୁବାର ରାଜଧାନୀରେ ରୁପା ମୂଲ୍ୟରେ ୯୦୦ ଟଙ୍କାର ବୃଦ୍ଧି ଘଟିଥିଲା । ସେପଟେ ଶୁକ୍ରବାର ରୁପା ଦରରେ ୨୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଶୁକ୍ରବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୩୦୦ ଟଙ୍କାରେ ପହଞ୍ଚିଛି । ଯାହା ଗୁରୁବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୫୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୫୩୦ ଟଙ୍କାରେ ପହଞ୍ଚିଛି । ଯାହା ଗୁରୁବାର ୬,୫୫୦ ଟଙ୍କା ଥିଲା ।

ଏହା ବି ପଢ଼ନ୍ତୁ:-ଏସବୁ ରୋଗ ପାଇଁ ରାମବାଣ ହୋଇଥାଏ ଅଁଳା, ଏମିତି କରନ୍ତୁ ବ୍ୟବହାର

ଏହା ବି ପଢ଼ନ୍ତୁ:-ପ୍ରତିଦିନ ନୂଆ ରେକର୍ଡ ସୃଷ୍ଟି କରୁଛି ପେଟ୍ରୋଲ-ଡିଜେଲର ଦାମ୍, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ଆଜିର ରେଟ୍

ଏହା ବି ପଢ଼ନ୍ତୁ:-ପୁଣି ଚିନ୍ତା ବଢ଼ାଇଲା କୋରୋନା: ଋଷରେ ଚିହ୍ନଟ ହେଲା ଅଧିକ ମାରାତ୍ମକ ସବ୍-ଭାରିଆଣ୍ଟ, ଡେଲ୍ଟା ଅପେକ୍ଷା ୧୦ ପ୍ରତିଶତ ଅଧିକ ସଂକ୍ରାମକ

ଏହା ବି ପଢ଼ନ୍ତୁ:-ଭଲ ଖବର! ଶସ୍ତା ହେଲା ଖାଇବା ତେଲ, ହ୍ରାସ ପାଇଲା ସୋରିଷ ତେଲ ସମେତ ସମସ୍ତ ତେଲ ଦର

ଏହା ବି ପଢ଼ନ୍ତୁ:-କଂଗ୍ରେସ ଛାଡିବାକୁ ନେଇ ପ୍ରଦୀପଙ୍କ ଉପରେ ବର୍ଷିଲେ ସୁରେଶ ରାଉତରାୟ, କହିଲେ ଏପରି କିଛି