ଆହୁରି କମିଲା ସୁନା ଦର, ଜାଣନ୍ତୁ କ'ଣ ରହିଛି ରୁପା ରେଟ୍
Advertisement

ଆହୁରି କମିଲା ସୁନା ଦର, ଜାଣନ୍ତୁ କ'ଣ ରହିଛି ରୁପା ରେଟ୍

ଶୁକ୍ରବାର ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗୁରୁବାର ଦେଶରେ ରୁପା ମୂଲ୍ୟରେ ୩୦୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ବୁଧବାର ରୁପା ମୂଲ୍ୟରେ ୫୦୦ ଟଙ୍କାର ବୃଦ୍ଧି ଘଟିଛି ।

ଆହୁରି କମିଲା ସୁନା ଦର, ଜାଣନ୍ତୁ କ'ଣ ରହିଛି ରୁପା ରେଟ୍

ନୂଆଦିଲ୍ଲୀ: Gold-Silver Rate: ଶୁକ୍ରବାର ସୁନା ମୂଲ୍ୟ (Gold Price) ରେ ହ୍ରାସ ଘଟିଥିବା ବେଳେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ରେକର୍ଡ କରାଯାଇଛି । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ସମାନ ସ୍ଥିତି ଦେଖାଦେଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରେ ଗୁରୁବାର ସୁନା ମୂଲ୍ୟରେ ୨୨୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଶୁକ୍ରବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୩୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୮୭୦ ଟଙ୍କାରେ ପହଞ୍ଚିଛି । ଯାହା ଗୁରୁବାର ଏହାର ମୂଲ୍ୟ ୪୭,୯୦୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୩୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୬,୮୭୦ ଟଙ୍କାରେ ପହଞ୍ଚିଛି । ଗୁରୁବାର ଏହାର ମୂଲ୍ୟ ୪୬,୯୦୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଅଗଷ୍ଟ ୧ରୁ ଲାଗୁ ହେବ ଦରମା, ପେନସନ୍ ଏବଂ EMI ପେମେଣ୍ଟ ପାଇଁ ନୂଆ ନିୟମ!

ସେପଟେ ଶୁକ୍ରବାର ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗୁରୁବାର ଦେଶରେ ରୁପା ମୂଲ୍ୟରେ ୩୦୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ବୁଧବାର ରୁପା ମୂଲ୍ୟରେ ୫୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଶୁକ୍ରବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୪୦୦ ଟଙ୍କାରେ ପହଞ୍ଚିଛି । ଯାହା ଗୁରୁବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୯୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୭୪୦ ଟଙ୍କା ରହିଛି । ଯାହା ଗୁରୁବାର ୬,୬୯୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଦେଶରେ ଦିନକରେ ସାମ୍ନାକୁ ଆସିଲା ଏତିକି ମାମଲା, ଆଖି ବୁଜିଲେ ୪୮୩ ସଂକ୍ରମିତ

ଶୁକ୍ରବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ ବୃଦ୍ଧି ଘଟିଛି । ଗୁରୁବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୩୪୦ ଟଙ୍କାର ହ୍ରାସ ଘଟିଥିଲା । ସେପଟେ ଶୁକ୍ରବାର ୧୦ ଗ୍ରାମ ସୁନା ମୂଲ୍ୟରେ ୧୨୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୧୩୦ ଟଙ୍କାରେ ପହଞ୍ଚିଛି । ଯାହା ଗୁରୁବାର ୧୦ ଗ୍ରାମ ସୁନା ମୂଲ୍ୟ ୪୯,୦୧୦ ଟଙ୍କାରେ ବନ୍ଦ ହୋଇଥିଲା । ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୧୪୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୯୨୦ ଟଙ୍କାରେ ପହଞ୍ଚିଛି । ଯାହା ଗୁରୁବାର ଏହାର ମୂଲ୍ୟ ୪୬,୭୮୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଜାରି ହେଲା ଆଜିର ଡିଜେଲ-ପେଟ୍ରୋଲର ଦାମ୍, ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍

ସେହିପରି ଶୁକ୍ରବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗୁରୁବାର ରାଜଧାନୀରେ ରୁପା ମୂଲ୍ୟରେ ୩୦୦ ଟଙ୍କାର ବୃଦ୍ଧି  ଘଟି ଥିବାବେଳେ ଶୁକ୍ରବାର ରୁପା ମୂଲ୍ୟରେ ୫୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଶୁକ୍ରବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୪୦୦ ଟଙ୍କାରେ ପହଞ୍ଚିଛି । ଯାହା ଗୁରୁବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୯୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୭୪୦ ଟଙ୍କା ରହିଛି । ଯାହା ଗୁରୁବାର ୬,୬୯୦ ଟଙ୍କା ଥିଲା ।