ଜାରି ହେଲା ସୁନା-ରୁପାର ନୂଆ ଦାମ୍, ଜାଣନ୍ତୁ କ'ଣ ରହିଛି ରେଟ୍
Advertisement

ଜାରି ହେଲା ସୁନା-ରୁପାର ନୂଆ ଦାମ୍, ଜାଣନ୍ତୁ କ'ଣ ରହିଛି ରେଟ୍

ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ମୂଲ୍ୟରେ ବୃଦ୍ଧି ଘଟିଛି । 

ଜାରି ହେଲା ସୁନା-ରୁପାର ନୂଆ ଦାମ୍, ଜାଣନ୍ତୁ କ'ଣ ରହିଛି ରେଟ୍

ନୂଆଦିଲ୍ଲୀ: Gold-Silver Rate: ରବିବାର ଅର୍ଥାତ ଅକ୍ଟୋବର ୨୪ରେ ସୁନା ମୂଲ୍ୟ (Gold Price) ରେ ବୃଦ୍ଧି ଘଟିଛି । ସେପଟେ ରୁପା ମୂଲ୍ୟ (Silver Price) ସ୍ଥିର ରହିଛି । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ କୌଣସି ପରିବର୍ତ୍ତନ ଘଟିନାହିଁ । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ଶନିବାର ସୁନା ମୂଲ୍ୟରେ ୧୯୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ରବିବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ରବିବାର ୧୦ ଗ୍ରାମ ସୁନା ମୂଲ୍ୟ ୪୭,୬୬୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ଏହାର ମୂଲ୍ୟ ୪୭,୬୫୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୬,୬୬୦ ଟଙ୍କାରେ ପହଞ୍ଚିଛି । ଶନିବାର ଏହାର ମୂଲ୍ୟ ୪୬,୬୫୦ ଟଙ୍କା ଥିଲା ।
 
ଦେଶରେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଶନିବାର ଦେଶରେ ରୁପା ମୂଲ୍ୟରେ ୩୦୦ ଟଙ୍କାର ବୃଦ୍ଧି ଘଟିଥିବାବେଳେ ରବିବାର ରୁପା ଦର ସ୍ଥିର ରହିଛି । ଫଳରେ ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୬୦୦ ଟଙ୍କା ରହିଛି । ଯାହା ଶନିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୬୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୫୬୦ ଟଙ୍କା ରହିଛି । ଯାହା ଶନିବାର ୬,୫୬୦ ଟଙ୍କା ଥିଲା ।

ଅନ୍ୟପଟେ ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ମୂଲ୍ୟରେ ବୃଦ୍ଧି ଘଟିଛି । ଶନିବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୨୦୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ରବିବାର ୧୦ ଗ୍ରାମ ସୁନା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୧୧୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ୧୦ ଗ୍ରାମ ସୁନା ମୂଲ୍ୟ ୪୯,୧୦୦ ଟଙ୍କାରେ ବନ୍ଦ ହୋଇଥିଲା । ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୭୬୦ ଟଙ୍କାରେ ପହଞ୍ଚିଛି । ଯାହା ଶନିବାର ଏହାର ମୂଲ୍ୟ ୪୪,୭୫୦ ଟଙ୍କା ଥିଲା ।

ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ସ୍ଥିର ରହିଛି । ଶନିବାର ରାଜଧାନୀରେ ରୁପା ମୂଲ୍ୟରେ ୩୦୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପଟେ ରବିବାର ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୬୦୦ ଟଙ୍କା ରହିଛି । ଯାହା ଶନିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୬୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୫୬୦ ଟଙ୍କା ରହିଛି । ଯାହା ଶନିବାର ୬,୫୬୦ ଟଙ୍କା ଥିଲା ।

ଏହା ବି ପଢ଼ନ୍ତୁ:-ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ନୂଆ ଦାମ୍, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍