ଜାରି ହେଲା ଆଜିର ସୁନା-ରୁପାର ନୂଆ ଦାମ୍, ଜାଣନ୍ତୁ କ'ଣ ରହିଛି ରେଟ୍
Advertisement
Article Detail0/zeeodisha/odisha995146

ଜାରି ହେଲା ଆଜିର ସୁନା-ରୁପାର ନୂଆ ଦାମ୍, ଜାଣନ୍ତୁ କ'ଣ ରହିଛି ରେଟ୍

ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ଲଗାତର ତୃତୀୟ ଦିନ ହେବ ସୁନା ଦର ସ୍ଥିର ରହିଛି । ରବିବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ କୌଣସି ପରିବର୍ତ୍ତନ ଘଟି ନଥିଲା । 

ଜାରି ହେଲା ଆଜିର ସୁନା-ରୁପାର ନୂଆ ଦାମ୍, ଜାଣନ୍ତୁ କ'ଣ ରହିଛି ରେଟ୍

ନୂଆଦିଲ୍ଲୀ: Gold-Silver Rate: ଦେଶରେ ଆଜି (ସୋମବାର) ଅର୍ଥାତ ସେପ୍ଟେମ୍ୱର ୨୭ରେ ସୁନା ଓ ରୁପା ମୂଲ୍ୟ (Gold Silver Price) ରେ ବୃଦ୍ଧି ଘଟିଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ବୃଦ୍ଧି ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ରବିବାର ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିଲା । ସେପଟେ ସୋମବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୪୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୨୮୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ଏହାର ମୂଲ୍ୟ ୪୬,୨୪୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୪୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୫,୨୮୦ ଟଙ୍କାରେ ପହଞ୍ଚିଛି । ରବିବାର ଏହାର ମୂଲ୍ୟ ୪୫,୨୮୦ ଟଙ୍କା ଥିଲା ।

ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ରବିବାର ଦେଶରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିବା ବେଳେ ସୋମବାର ରୁପା ଦରରେ ୩୫୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୦,୨୫୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୯,୯୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୦୨୫ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ୫,୯୯୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଦୁର୍ଗା ପୂଜା ପୂର୍ବରୁ ମିଳିଲା ବଡ଼ ଖୁସି ଖବର! ଏସବୁ ରାଜ୍ୟର ଲକ୍ଷ ଲକ୍ଷ କର୍ମଚାରୀଙ୍କ ବେତନରେ ହେବ ବୃଦ୍ଧି

ଅଧିକ ପଢ଼ନ୍ତୁ:-ଅକ୍ଟୋବରରେ ୨୧ ଦିନ ବନ୍ଦ ରହିବ ବ୍ୟାଙ୍କ, RBI ଜାରି କଲା ଗାଇଡଲାଇନ୍, ଇଣ୍ଟରନେଟ ଓ ମୋବାଇଲରୁ ହିଁ ହୋଇପାରିବ ନେଣଦେଣ

ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ଲଗାତର ତୃତୀୟ ଦିନ ହେବ ସୁନା ଦର ସ୍ଥିର ରହିଛି । ରବିବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ କୌଣସି ପରିବର୍ତ୍ତନ ଘଟି ନଥିଲା । ସେହପରି ସୋମବାର ୧୦ ଗ୍ରାମ ସୁନା ମୂଲ୍ୟ ସ୍ଥିର ରହିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୪୭୦ ଟଙ୍କା ରହିଛି । ଯାହା ରବିବାର ୧୦ ଗ୍ରାମ ସୁନା ମୂଲ୍ୟ ୪୭,୪୭୦ ଟଙ୍କାରେ ବନ୍ଦ ହୋଇଥିଲା । ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ମଧ୍ୟ କୌଣସି ପରିବର୍ତ୍ତନ ଘଟି ନଥିଲା । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୩,୮୭୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ଏହାର ମୂଲ୍ୟ ୪୩,୮୭୦ ଟଙ୍କା ଥିଲା ।

ସୋମବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ରବିବାର ରାଜଧାନୀରେ ରୁପା ମୂଲ୍ୟ ସ୍ଥିର ରହିଥିଲା । ଅନ୍ୟପଟେ ସୋମବାର ରୁପା ଦରରେ ୩୫୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୦,୨୫୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୯,୯୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୦୨୫ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ୫,୯୯୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ରାସନ କାର୍ଡରେ ଏହିପରି ଯୋଡ଼ନ୍ତୁ ନିଜ ପରିବାରର ନୂଆ ସଦସ୍ୟଙ୍କ ନାମ, ଜାଣନ୍ତୁ ଅନଲାଇନ୍ ଓ ଅଫଲାଇନ୍ ପ୍ରକ୍ରିୟା

ଅଧିକ ପଢ଼ନ୍ତୁ:-ଖୁବ୍ ଶୀଘ୍ର ପୃଥିବୀ ମାନଚିତ୍ରରୁ ଗାଏବ ହୋଇଯିବ ଏସବୁ ସ୍ଥାନ!

;