ଦେଶରେ ଆଜି ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିବାବେଳେ ଆଜି ରୁପା ଦରରେ ୨୦୦ ଟଙ୍କାର ବୃଦ୍ଧି ଘଟିଛି ।
Trending Photos
ନୂଆଦିଲ୍ଲୀ: Gold-Silver Rate: ଆଜି (ମଙ୍ଗଳବାର) ଅର୍ଥାତ ଡିସେମ୍ୱର ୨୮ରେ ସୁନା ମୂଲ୍ୟ (Gold Price) ରେ ହ୍ରାସ ଘଟିଛି ଓ ରୁପା ମୂଲ୍ୟ (Silver Price) ବୃଦ୍ଧି ରେକର୍ଡ କରାଯାଇଛି । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ସମାନ ସ୍ଥିତି ଦେଖାଦେଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରେ ଗତକାଲି ଅର୍ଥାତ ସୋମବାର ସୁନା ମୂଲ୍ୟରେ ୭୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଆଜି (ମଙ୍ଗଳବାର) ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଆଜି ୧୦ ଗ୍ରାମ ସୁନା ମୂଲ୍ୟ ୪୮,୨୨୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୮,୨୪୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୨୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୭,୨୨୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଅର୍ଥାତ ସୋମବାର ଏହାର ମୂଲ୍ୟ ୪୭,୨୪୦ ଟଙ୍କା ଥିଲା ।
ଦେଶରେ ଆଜି ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିବାବେଳେ ଆଜି ରୁପା ଦରରେ ୨୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୫୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୩୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୨୫୦ ଟଙ୍କା ରହିଛି । ଯାହା ଗତକାଲି ୬,୨୩୦ ଟଙ୍କା ଥିଲା ।
ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Price) ରେ ହ୍ରାସ ଘଟିଛି । ଗତକାଲି ଭୁବନେଶ୍ୱରରେ ସୁନା ଦରରେ ୧୫୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ମଙ୍ଗଳବାର ୧୦ ଗ୍ରାମ ସୁନା ମୂଲ୍ୟରେ ୧୦୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୪୬୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୪୯,୫୬୦ ଟଙ୍କାରେ ବନ୍ଦ ହୋଇଥିଲା । ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୧୦୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୩୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୫,୪୫୦ ଟଙ୍କା ଥିଲା ।
ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ରେକର୍ଡ କରାଯାଇଛି । ଗତକାଲି ରାଜଧାନୀରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିଲା । ଅନ୍ୟପଟେ ଆଜି ରୁପା ଦରରେ ୨୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୫୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୩୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୨୫୦ ଟଙ୍କା ରହିଛି । ଯାହା ଗତକାଲି ୬,୨୩୦ ଟଙ୍କା ଥିଲା ।
ଏହା ବି ପଢ଼ନ୍ତୁ:-ବିଜେପିରେ ଯୋଗଦେଲେ ଏହି ପୂର୍ବତନ ଭେଟେରାନ୍ କ୍ରିକେଟର, ୨ କଂଗ୍ରେସ ବିଧାୟକ ମଧ୍ୟ ହାତ ଛାଡ଼ି ଧରିଲେ ପଦ୍ମ
ଏହା ବି ପଢ଼ନ୍ତୁ:-ଓମିକ୍ରନ ଓ କୋରୋନାର ବଢ଼ୁଥିବା ମାମଲା ମଧ୍ୟରେ ରାଜଧାନୀରେ ଲାଗୁ ହେଲା ନୂଆ ପ୍ରତିବନ୍ଧକ, ଜାରି ହେଲା ୟଲୋ ଆଲର୍ଟ
ଏହା ବି ପଢ଼ନ୍ତୁ:-ଚୀନକୁ ଲାଗିବ ଜୋରଦାର ଝଟକା, ଭାରତ ଗସ୍ତ ପୂର୍ବରୁ ବଡ଼ ଘୋଷଣା କରିବେ ନେପାଳର ପ୍ରଧାନମନ୍ତ୍ରୀ!