)
ନୂଆଦିଲ୍ଲୀ: Gold-Silver Rate: ବର୍ତ୍ତମାନ ସମୟରେ ବିବାହ ସିଜନ ଚାଲିଛି । ଏହି ସମୟରେ ମୂଲ୍ୟବାନ ଧାତୁର ଚାହିଦା ବଢ଼ିଥାଏ । ଲୋକମାନେ ସୁନା ଓ ରୁପାର ମୂଲ୍ୟ ଉପରେ ନଜର ରଖିଥାଏ । ଏହି କ୍ରମରେ ଆଜି (ମଙ୍ଗଳବାର) ଅର୍ଥାତ ଡିସେମ୍ୱର ୨୯ରେ ସୁନା ମୂଲ୍ୟ (Gold Price) ରେ ହ୍ରାସ ଘଟିଥିବାବେଳେ ରୁପା ମୂଲ୍ୟ (Silver Price) ସ୍ଥିର ରହିଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ହ୍ରାସ ବୃଦ୍ଧି ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରେ ଗତକାଲି ଅର୍ଥାତ ମଙ୍ଗଳବାର ସୁନା ମୂଲ୍ୟରେ ୨୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଆଜି ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୩୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଆଜି ୧୦ ଗ୍ରାମ ସୁନା ମୂଲ୍ୟ ୪୮,୧୯୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୮,୨୨୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୩୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୭,୧୯୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଅର୍ଥାତ ମଙ୍ଗଳବାର ଏହାର ମୂଲ୍ୟ ୪୭,୨୨୦ ଟଙ୍କା ଥିଲା ।
ଦେଶରେ ଆଜି ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଗତକାଲି ଦେଶରେ ରୁପା ମୂଲ୍ୟରେ ୨୦୦ ଟଙ୍କାର ବୃଦ୍ଧି ଘଟିଥିବାବେଳେ ଆଜି ରୁପା ଦର ସ୍ଥିର ରହିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୫୦୦ ଟଙ୍କା ରହିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୫୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୨୫୦ ଟଙ୍କା ରହିଛି । ଯାହା ଗତକାଲି ୬,୨୫୦ ଟଙ୍କା ଥିଲା ।
ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ଲଗାତର ତୃତୀୟ ଦିନରେ ମଧ୍ୟ ସୁନା ଦର (Gold Price) ରେ ହ୍ରାସ ଘଟିଛି । ଗତକାଲି ଭୁବନେଶ୍ୱରରେ ସୁନା ଦରରେ ୧୦୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୧୦୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୩୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୪୯,୪୬୦ ଟଙ୍କାରେ ବନ୍ଦ ହୋଇଥିଲା । ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୧୫୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୨୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୫,୩୫୦ ଟଙ୍କା ଥିଲା ।
ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ସ୍ଥିର ରହିଛି । ଗତକାଲି ରାଜଧାନୀରେ ରୁପା ମୂଲ୍ୟରେ ୨୦୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ଆଜି ରୁପା ଦର ସ୍ଥିର ରହିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୫୦୦ ଟଙ୍କା ରହିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୫୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୨୫୦ ଟଙ୍କା ରହିଛି । ଯାହା ଗତକାଲି ୬,୨୫୦ ଟଙ୍କା ଥିଲା ।