ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ମଙ୍ଗଳବାର ଦେଶରେ ରୁପା ମୂଲ୍ୟରେ ୧୫୦ ଟଙ୍କାର ହ୍ରାସ ଘଟି ଥିବା ବେଳେ ବୁଧବାର ରୁପା ଦରରେ ୩୫୦ ଟଙ୍କାର ବୃଦ୍ଧି ଘଟିଛି ।
Trending Photos
ନୂଆଦିଲ୍ଲୀ: Gold-Silver Rate: ଦେଶରେ ଆଜି (ବୁଧବାର) ଅର୍ଥାତ ସେପ୍ଟେମ୍ୱର ୨୯ରେ ସୁନା ଓ ରୁପା ମୂଲ୍ୟ (Gold Silver Price) ରେ ବୃଦ୍ଧି ଘଟିଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ବୃଦ୍ଧି ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ମଙ୍ଗଳବାର ସୁନା ମୂଲ୍ୟରେ ୨୪୦ ଟଙ୍କାର ହ୍ରାସ ଘଟିଥିଲା । ସେପଟେ ଆଜି ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୬୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୧୦୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ଏହାର ମୂଲ୍ୟ ୪୬,୦୪୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୬୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୫,୧୦୦ ଟଙ୍କାରେ ପହଞ୍ଚିଛି । ମଙ୍ଗଳବାର ଏହାର ମୂଲ୍ୟ ୪୫,୦୪୦ ଟଙ୍କା ଥିଲା ।
ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ମଙ୍ଗଳବାର ଦେଶରେ ରୁପା ମୂଲ୍ୟରେ ୧୫୦ ଟଙ୍କାର ହ୍ରାସ ଘଟି ଥିବା ବେଳେ ବୁଧବାର ରୁପା ଦରରେ ୩୫୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୦,୪୫୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୦,୧୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୦୪୫ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ୬,୦୧୦ ଟଙ୍କା ଥିଲା ।
ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ଆଜି ସୁନା ଦର ସ୍ଥିର ରହିଛି । ମଙ୍ଗଳବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ହ୍ରାସ ଘଟିଥିଲା । ସେପଟେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନାହିଁ । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୪୦୦ ଟଙ୍କା ରହିଛି । ଯାହା ମଙ୍ଗଳବାର ୧୦ ଗ୍ରାମ ସୁନା ମୂଲ୍ୟ ୪୬,୪୦୦ ଟଙ୍କାରେ ବନ୍ଦ ହୋଇଥିଲା । ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ସ୍ଥିର ରହିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୩,୫୫୦ ଟଙ୍କା ରହିଛି । ଯାହା ଗତକାଲି ଏହାର ମୂଲ୍ୟ ୪୩,୫୫୦ ଟଙ୍କା ଥିଲା ।
ବୁଧବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ମଙ୍ଗଳବାର ରାଜଧାନୀରେ ରୁପା ମୂଲ୍ୟରେ ୧୫୦ ଟଙ୍କାର ହ୍ରାସ ଘଟି ଥିଲା । କିନ୍ତୁ ଆଜି ରୁପା ଦରରେ ୩୫୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୦,୪୫୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୦,୧୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୦୪୫ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ୬,୦୧୦ ଟଙ୍କା ଥିଲା ।
ଅଧିକ ପଢ଼ନ୍ତୁ:-କଂଗ୍ରେସକୁ ଲାଗିଲା ଆଉ ଏକ ବଡ଼ ଝଟକା, TMC ରେ ଯୋଗ ଦେଲେ ଲୁଇଜିନ୍ହୋ ଫାଲେରୋ
ଅଧିକ ପଢ଼ନ୍ତୁ:-BJP ରେ ସାମିଲ ହେବେ କ୍ୟାପଟେନ? ମିଳିପାରେ କୃଷି ମନ୍ତ୍ରୀ ପଦ
ଅଧିକ ପଢ଼ନ୍ତୁ:-୪୮ ଘଣ୍ଟା ପର୍ଯ୍ୟନ୍ତ ରହିବ ଲଘୁଚାପର ପ୍ରଭାବ, ଏସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
ଅଧିକ ପଢ଼ନ୍ତୁ:-ଏଣିକି ବିନା ଇଣ୍ଟରନେଟରେ ଗୁଗୁଲ୍ ପେ, ପେଟିଏମ୍, ଫୋନ୍ ପେରୁ ପଠାଇ ପାରିବେ ଟଙ୍କା, ଜାଣନ୍ତୁ ସଂପୂର୍ଣ୍ଣ ପ୍ରକ୍ରିୟା