ଜାଣନ୍ତୁ ସୁନା-ରୁପାର ନୂଆ ଦର
Advertisement

ଜାଣନ୍ତୁ ସୁନା-ରୁପାର ନୂଆ ଦର

ଶୁକ୍ରବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ ବୃଦ୍ଧି ଘଟିଛି । ଗୁରୁବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୧୦୦ ଟଙ୍କାର ବୃଦ୍ଧି ଘଟି ଥିଲା । ସେପଟେ ଶୁକ୍ରବାର ୧୦ ଗ୍ରାମ ସୁନା ମୂଲ୍ୟରେ ୩୯୦ ଟଙ୍କାର ବୃଦ୍ଧି ଘଟିଛି ।

ଜାଣନ୍ତୁ ସୁନା-ରୁପାର ନୂଆ ଦର

ନୂଆଦିଲ୍ଲୀ: Gold-Silver Rate: ଦେଶରେ ଶୁକ୍ରବାର ଉଭୟ ସୁନା ଓ ରୁପା ମୂଲ୍ୟ (Gold Silver Price) ରେ ବୃଦ୍ଧି ଘଟିଛି । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ବୃଦ୍ଧି ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଦେଶରେ ଗୁରୁବାର ସୁନା ମୂଲ୍ୟରେ ୨୩୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ଶୁକ୍ରବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୩୧୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୩୮୦ ଟଙ୍କାରେ ପହଞ୍ଚିଛି । ଯାହା ଗୁରୁବାର ଏହାର ମୂଲ୍ୟ ୪୮,୦୭୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୩୧୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୭,୩୮୦ ଟଙ୍କାରେ ପହଞ୍ଚିଛି । ଗୁରୁବାର ଏହାର ମୂଲ୍ୟ ୪୭,୦୭୦ ଟଙ୍କା ଥିଲା ।

ସେହିପରି ଶୁକ୍ରବାର ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ଗୁରୁବାର ଦେଶରେ ରୁପା ମୂଲ୍ୟରେ ୮୦୦ ଟଙ୍କାର ବୃଦ୍ଧି ଘଟିଥିବା ବେଳେ ଶୁକ୍ରବାର ରୁପା ମୂଲ୍ୟରେ ୧୦୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଶୁକ୍ରବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୨୦୦ ଟଙ୍କାରେ ପହଞ୍ଚିଛି । ଯାହା ଗୁରୁବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୨୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୮୨୦ ଟଙ୍କା ରହିଛି । ଯାହା ଗୁରୁବାର ୬,୭୨୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ପୁଣି ଦିନକରେ ୪୦ ହଜାରରୁ ଉର୍ଦ୍ଧ୍ୱ ମାମଲା ଚିହ୍ନଟ, ଆଖି ବୁଜିଲେ ଏତିକି ସଂକ୍ରମିତ

ଶୁକ୍ରବାର ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦରରେ ବୃଦ୍ଧି ଘଟିଛି । ଗୁରୁବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ ୧୦୦ ଟଙ୍କାର ବୃଦ୍ଧି ଘଟି ଥିଲା । ସେପଟେ ଶୁକ୍ରବାର ୧୦ ଗ୍ରାମ ସୁନା ମୂଲ୍ୟରେ ୩୯୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୩୦୦ ଟଙ୍କାରେ ପହଞ୍ଚିଛି । ଯାହା ଗୁରୁବାର ୧୦ ଗ୍ରାମ ସୁନା ମୂଲ୍ୟ ୪୯,୩୦୦ ଟଙ୍କାରେ ବନ୍ଦ ହୋଇଥିଲା । ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୪୧୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୪୩୦ ଟଙ୍କାରେ ପହଞ୍ଚିଛି । ଯାହା ଗୁରୁବାର ଏହାର ମୂଲ୍ୟ ୪୭,୦୨୦ ଟଙ୍କା ଥିଲା ।

ଅଧିକ ପଢ଼ନ୍ତୁ:-ଜାରି ହେଲା ଆଜିର ଡିଜେଲ-ପେଟ୍ରୋଲର ଦାମ୍, ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍

ଅନ୍ୟପଟେ ଗୁରୁବାର ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗୁରୁବାର ଦେଶରେ ରୁପା ମୂଲ୍ୟରେ ୮୦୦ ଟଙ୍କାର ବୃଦ୍ଧି ଘଟିଥିଲା । ଶୁକ୍ରବାର ରୁପା ମୂଲ୍ୟରେ ୧୦୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଶୁକ୍ରବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୮,୨୦୦ ଟଙ୍କାରେ ପହଞ୍ଚିଛି । ଯାହା ଗୁରୁବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୨୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୮୨୦ ଟଙ୍କା ରହିଛି । ଯାହା ଗୁରୁବାର ୬,୭୨୦ ଟଙ୍କା ଥିଲା ।