ଜାରି ହେଲା ସୁନା-ରୁପାର ନୂଆ ଦାମ୍, ଜାଣନ୍ତୁ କ'ଣ ରହିଛି ରେଟ୍
Advertisement

ଜାରି ହେଲା ସୁନା-ରୁପାର ନୂଆ ଦାମ୍, ଜାଣନ୍ତୁ କ'ଣ ରହିଛି ରେଟ୍

ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ମୂଲ୍ୟରେ ବୃଦ୍ଧି ଘଟିଛି । ମଙ୍ଗଳବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ କୌଣସି ପରିବର୍ତ୍ତନ ଘଟି ନଥିଲା ।

ଜାରି ହେଲା ସୁନା-ରୁପାର ନୂଆ ଦାମ୍, ଜାଣନ୍ତୁ କ'ଣ ରହିଛି ରେଟ୍

ନୂଆଦିଲ୍ଲୀ: Gold-Silver Rate: ବୁଧବାର ଅର୍ଥାତ ଡିସେମ୍ୱର ୯ରେ ସୁନା ଓ ରୁପା ମୂଲ୍ୟ (Gold Silevr Price) ରେ ବୃଦ୍ଧି ଘଟିଛି । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଦେଶରେ ମଙ୍ଗଳବାର ସୁନା ମୂଲ୍ୟରେ ୩୧୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ବୁଧବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଆଜି ୧୦ ଗ୍ରାମ ସୁନା ମୂଲ୍ୟ ୪୭,୮୪୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ଏହାର ମୂଲ୍ୟ ୪୭,୮୨୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୨୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୬,୮୪୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ଏହାର ମୂଲ୍ୟ ୪୬,୮୨୦ ଟଙ୍କା ଥିଲା ।
 
ସେହିପରି ବୁଧବାର ମଧ୍ୟ ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ମଙ୍ଗଳବାର ଦେଶରେ ରୁପା ମୂଲ୍ୟରେ ୩୦୦ ଟଙ୍କାର ହ୍ରାସ ଘଟିଥିବା ବେଳେ ବୁଧବାର ରୁପା ଦରରେ ୭୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ବୁଧବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୯୦୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୨୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୧୯୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬,୧୨୦ ଟଙ୍କା ଥିଲା ।

ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ମୂଲ୍ୟରେ ବୃଦ୍ଧି ଘଟିଛି । ମଙ୍ଗଳବାର ଭୁବନେଶ୍ୱରରେ ସୁନା ଦର (Gold Price) ରେ କୌଣସି ପରିବର୍ତ୍ତନ ଘଟି ନଥିଲା । ଅନ୍ୟପଟେ ବୁଧବାର ୧୦ ଗ୍ରାମ ସୁନା ଦରରେ ୨୯୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୩୬୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ୧୦ ଗ୍ରାମ ସୁନା ମୂଲ୍ୟ ୪୯,୦୭୦ ଟଙ୍କାରେ ବନ୍ଦ ହୋଇଥିଲା । ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୨୦୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୩୬୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ଏହାର ମୂଲ୍ୟ ୪୪,୭୫୦ ଟଙ୍କା ଥିଲା ।

ସେପଟେ ଆଜି ରାଜଧାନୀ ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ରେକର୍ଡ କରାଯାଇଛି । ମଙ୍ଗଳବାର ରାଜଧାନୀରେ ରୁପା ମୂଲ୍ୟରେ ୩୦୦ ଟଙ୍କାର ହ୍ରାସ ଘଟିଥିଲା । ସେପଟେ ବୁଧବାର ରୁପା ଦରରେ ୭୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ବୁଧବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୯୦୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୨୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୧୯୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬,୧୨୦ ଟଙ୍କା ଥିଲା ।