Advertisement
Article Detail0/zeeodisha/odisha669147
Zee OdishaOdisha National-Internationalଖସିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

ଖସିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

ଅନ୍ୟପଟେ ଆଜି ରୁପା ମୂଲ୍ୟରେ ବି ହ୍ରାସ ଦେଖାଦେଇଛି । ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୬୯୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୨୦୦ ଟଙ୍କା ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୮୯୦ ଟଙ୍କା ଥିଲା । 

ଖସିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: କୋରୋନା ସଙ୍କଟ ଯୋଗୁଁ ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁର ଦରରେ କ୍ରମାଗତ ହ୍ରାସ-ବୃଦ୍ଧି ଲାଗି ରହିଛି । ଫଳରେ ପ୍ରଭାବ ଘରୋଇ ବଜାରରେ ମଧ୍ୟ ଦେଖିବାକୁ ମିଳୁଛି । ସୁନା-ରୁପା ମୂଲ୍ୟରେ କ୍ରମାଗତ ବୃଦ୍ଧି ରେକର୍ଡ କରାଯାଉଛି । ଆଜି(ଶୁକ୍ରବାର) ଦେଶରେ ସୁନା ମୂଲ୍ୟରେ ୧୪୯୦ ଟଙ୍କାର ହ୍ରାସ ରେକର୍ଡ କରାଯାଇଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୩,୨୯୦ ଟଙ୍କା ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୪୪,୭୮୦ ଟଙ୍କାରେ ବନ୍ଦ ହୋଇଥିଲା । 

ଅନ୍ୟପଟେ ଆଜି ରୁପା ମୂଲ୍ୟରେ ବି ହ୍ରାସ ଦେଖାଦେଇଛି । ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୬୯୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୨୦୦ ଟଙ୍କା ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୮୯୦ ଟଙ୍କା ଥିଲା । 

ସେହିପରି ଆଜି ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ସୁନା ମୂଲ୍ୟରେ ହ୍ରାସ ଘଟିଛି । ଆଜି ଭୁବନେଶ୍ୱରରେ ସୁନା ମୂଲ୍ୟରେ ୧୬୮୦ ଟଙ୍କା ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୨୯୦ ଟଙ୍କା ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୪୫,୯୭୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି  ୨୨ କ୍ୟାରେଟ ୧୦ ଗ୍ରାମ ସୁନା ୪୦,୬୦୦ ଟଙ୍କା ରହିଛି । ଯାହା ଗତକାଲି ୪୨,୧୦୦ ଟଙ୍କା ରହିଥିଲା । 

Add Zee News as a Preferred Source

ଅନ୍ୟପକ୍ଷେ ଭୁବନେଶ୍ୱରରେ ରୁପା ମୂଲ୍ୟରେ ମଧ୍ୟ ୬୯୦ ଟଙ୍କାର ହ୍ରାସ ରେକର୍ଡ ହୋଇଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୨୦୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୮୯୦ ଟଙ୍କା ଥିଲା । 

About the Author