ଅନ୍ୟପକ୍ଷେ ଭୁବନେଶ୍ୱରରେ ରୁପା ମୂଲ୍ୟରେ ମଧ୍ୟ ୫୦ ଟଙ୍କାର ହ୍ରାସ ରେକର୍ଡ ହୋଇଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୧୫୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୨୦୦ ଟଙ୍କା ଥିଲା ।
Trending Photos
)
ନୂଆଦିଲ୍ଲୀ: କୋରୋନା ସଙ୍କଟ ଯୋଗୁଁ ଦେଶରେ ଲକଡାଉନ୍ ଜାରି ରହିଛି । ଫଳରେ ସାରା ଦେଶରେ ସୁନା-ରୁପା ପରି ମୂଲ୍ୟବାନ ଧାତୁ ଦୋକାନ ବନ୍ଦ ରହିଛି । ଅନ୍ୟପକ୍ଷେ ସୁନା-ରୁପା ମୂଲ୍ୟରେ ଗତ ୨ ଦିନ ଧରି ହ୍ରାସ ଘଟୁଛି । ଆଜି(ଶନିବାର) ଦେଶରେ ସୁନା ମୂଲ୍ୟରେ ୯୦ ଟଙ୍କାର ହ୍ରାସ ରେକର୍ଡ କରାଯାଇଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୩,୨୦୦ ଟଙ୍କା ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୪୩,୨୯୦ ଟଙ୍କାରେ ବନ୍ଦ ହୋଇଥିଲା ।
ଅନ୍ୟପଟେ ଆଜି ରୁପା ମୂଲ୍ୟରେ ମଧ୍ୟ ହ୍ରାସ ଦେଖାଦେଇଛି । ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୫୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୧୫୦ ଟଙ୍କା ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୨୦୦ ଟଙ୍କା ଥିଲା ।
ସେହିପରି ଆଜି ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ସୁନା ମୂଲ୍ୟରେ ହ୍ରାସ ଘଟିଛି । ଆଜି ଭୁବନେଶ୍ୱରରେ ସୁନା ମୂଲ୍ୟରେ ୯୦ ଟଙ୍କା ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୨୦୦ ଟଙ୍କା ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୪୪,୨୯୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ୪୦,୫୧୦ ଟଙ୍କା ରହିଛି । ଯାହା ଗତକାଲି ୪୦,୬୦୦ ଟଙ୍କା ରହିଥିଲା ।
ଅନ୍ୟପକ୍ଷେ ଭୁବନେଶ୍ୱରରେ ରୁପା ମୂଲ୍ୟରେ ମଧ୍ୟ ୫୦ ଟଙ୍କାର ହ୍ରାସ ରେକର୍ଡ ହୋଇଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୧୫୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୨୦୦ ଟଙ୍କା ଥିଲା ।