ସୁନା-ରୁପା ମୂଲ୍ୟରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍
Advertisement

ସୁନା-ରୁପା ମୂଲ୍ୟରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

ଆଜି ରୁପା ମୂଲ୍ୟରେ ମଧ୍ୟ ବୃଦ୍ଧି ଆସିଛି । ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୧୧୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୦,୨୭୦ ଟଙ୍କା ପହଞ୍ଚିଛି । ପୂର୍ବଦିନ ଅର୍ଥାତ ଗୁରୁବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୦,୧୬୦ ଟଙ୍କା ଥିଲା । 

ସୁନା-ରୁପା ମୂଲ୍ୟରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: କୋରୋନା ସଙ୍କଟ ଯୋଗୁଁ ବୈଶ୍ୱିକ ବଜାରରେ ମାନ୍ଦାବସ୍ଥା ଜାରି ରହିଛି । ଏହା ସହ ମୂଲ୍ୟବାନ ଧାତୁରେ ଦରରେ ପରିବର୍ତ୍ତନ ଦେଖା ଦେଉଛି । ଯାହାର ପ୍ରଭାବ ଘରୋଇ ବଜାରରେ ମଧ୍ୟ ପଡୁଛି । ଆଜି ଅର୍ଥାତ ଶୁକ୍ରବାର ଦେଶରେ ସୁନା ମୂଲ୍ୟରେ ୪୧୦ ଟଙ୍କାର ବୃଦ୍ଧି ରେକର୍ଡ କରାଯାଇଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୧,୪୪୫ ପହଞ୍ଚିଛି । ଗତକାଲି ଅର୍ଥାତ ଗୁରୁବାର ୧୦ ଗ୍ରାମ ସୁନା ମୂଲ୍ୟ ୪୧,୦୩୦ ଟଙ୍କାରେ ବନ୍ଦ ହୋଇଥିଲା । 

ଅନ୍ୟପଟେ ଆଜି ରୁପା ମୂଲ୍ୟରେ ମଧ୍ୟ ବୃଦ୍ଧି ଆସିଛି । ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୧୧୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୦,୨୭୦ ଟଙ୍କା ପହଞ୍ଚିଛି । ପୂର୍ବଦିନ ଅର୍ଥାତ ଗୁରୁବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୦,୧୬୦ ଟଙ୍କା ଥିଲା । 

ସେହିପରି ରାଜ୍ୟର ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ସୁନା ମୂଲ୍ୟରେ ବୃଦ୍ଧି ଘଟିଛି । ଆଜି ଭୁବନେଶ୍ୱରରେ ସୁନା ମୂଲ୍ୟରେ ୧୦ ଟଙ୍କା ମହାଙ୍ଗା ହୋଇଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୩,୨୮୦ ଟଙ୍କା ପହଞ୍ଚିଛି । ଗତକାଲି ଅର୍ଥାତ ଗୁରୁବାର ୧୦ ଗ୍ରାମ ସୁନା ମୂଲ୍ୟ ୪୩,୨୭୦ ଟଙ୍କାରେ ବନ୍ଦ ହୋଇଥିଲା । 

ଅନ୍ୟପକ୍ଷେ ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟରେ ମଧ୍ୟ ୧୧୦ ଟଙ୍କାର ବୃଦ୍ଧି ରେକର୍ଡ ହୋଇଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୦,୨୭୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଅର୍ଥାତ ଗୁରୁବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୦,୧୬୦ ଟଙ୍କା ଥିଲା ।