)
ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କୋରୋନା ସଙ୍କଟ ଜାରି ରହିଛି । ଏହି ସମୟରେ ବୈଶ୍ୱିକ ବଜାରରେ ଅସ୍ଥିରତା ଲାଗି ରହିଛି । ମୂଲ୍ୟବାନ ଧାତୁର ମୂଲ୍ୟରେ ମଧ୍ୟ କ୍ରମାଗତ ହ୍ରାସ-ବୃଦ୍ଧି ଦେଖାଦେଉଛି । ଫଳରେ ଏହାର ପ୍ରଭାବ ଘରୋଇ ବଜାରରେ ମଧ୍ୟ ଦେଖିବାକୁ ମିଳୁଛି । ଅନ୍ୟପକ୍ଷେ ଭାରତରେ ମଧ୍ୟ ଲକଡାଉନ୍ ଜାରି ରହିଛି । ଫଳରେ ସାରା ଦେଶରେ ସୁନା-ରୁପା ପରି ମୂଲ୍ୟବାନ ଧାତୁ ଦୋକାନ ବନ୍ଦ ରହିଛି । ସପ୍ତାହର ପ୍ରଥମ ଦିନ(ସୋମବାର) ମୂଲ୍ୟବାନ ଧାତୁ ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି । ଆଜି ସୁନା-ରୁପା ଦର ଖସିଛି । ଦେଶରେ ୧୦ ଗ୍ରାମ ସୁନା ମୂଲ୍ୟରେ ୯୦ ଟଙ୍କା ହ୍ରାସ ପାଇଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୩୩୦ ଟଙ୍କା ରହିଛି । ଗତକାଲି ଏହାର ମୂଲ୍ୟ ୪୫,୪୨୦ ଟଙ୍କା ଥିଲା ।
ଅନ୍ୟପକ୍ଷେ ଆଜି ଦେଶରେ ରୁପା ମୂଲ୍ୟରେ ମଧ୍ୟ କମ ହୋଇଛି । ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ଟଙ୍କା ୬୧୦ ଖସିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୩,୦୦୦ ଟଙ୍କା ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୩,୬୧୦ ଟଙ୍କା ଥିଲା ।
ଅନ୍ୟପଟେ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ସୁନା ମୂଲ୍ୟରେ ବୃଦ୍ଧି ଦେଖାଦେଇଛି । ଆଜି ସୁନା ଦର ୨୯୦ ଟଙ୍କା ବଢ଼ିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୩୦୦ ଟଙ୍କା ପହଞ୍ଚିଛି । ଗତକାଲି ମଧ୍ୟ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୦୧୦ ଟଙ୍କାରେ ବନ୍ଦ ହୋଇଥିଲା । ୧୧ କ୍ୟାରେଟ ସୁନା ମୂଲ୍ୟରେ ୩୧୦ ଟଙ୍କା ବୃଦ୍ଧି ପାଇଛି । ଫଳରେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୫୨୦ ଟଙ୍କା ରହିଛି । ଯାହା ଗତକାଲି ୪୪,୨୧୦ ଟଙ୍କା ରହିଥିଲା ।
ଅନ୍ୟପକ୍ଷେ ଭୁବନେଶ୍ୱରରେ ରୁପା ମୂଲ୍ୟ ମଧ୍ୟ ୬୧୦ ଟଙ୍କା ଖସିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୩,୦୦୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୩,୬୧୦ ଟଙ୍କା ଥିଲା ।