ଲଗାତର ଦ୍ୱିତୀୟ ଦିନ ସୁନା ମୂଲ୍ୟରେ ହ୍ରାସ, ଜାଣନ୍ତୁ ଆଜିର ରେଟ୍
Advertisement
Article Detail0/zeeodisha/odisha680244

ଲଗାତର ଦ୍ୱିତୀୟ ଦିନ ସୁନା ମୂଲ୍ୟରେ ହ୍ରାସ, ଜାଣନ୍ତୁ ଆଜିର ରେଟ୍

ଅନ୍ୟପକ୍ଷେ ଭୁବନେଶ୍ୱରରେ ରୁପା ମୂଲ୍ୟରେ ମଧ୍ୟ କୌଣସି ପରିବର୍ତ୍ତନ ଆସିନାହିଁ । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୩,୦୦୦ ଟଙ୍କା ରହିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୩,୦୦୦ ଟଙ୍କା ଥିଲା । 

ଡିଜାଇନ ଫଟୋ
ଡିଜାଇନ ଫଟୋ

ନୂଆଦିଲ୍ଲୀ: ସମଗ୍ର ବିଶ୍ୱ ସମେତ ଭାରତରେ କୋରୋନା ସଙ୍କଟ ଦେଖାଦେଇଛି । ଏହି ସମୟରେ ବଜାରରେ ଅସ୍ଥିରତା ଲାଗି ରହିଛି । ମୂଲ୍ୟବାନ ଧାତୁର ମୂଲ୍ୟରେ ମଧ୍ୟ ଅସ୍ଥିରତା ଲାଗି ରହିଛି । ଅନ୍ୟପକ୍ଷେ ଭାରତରେ ମଧ୍ୟ ଲକଡାଉନ୍ ଜାରି ରହିଛି । ଫଳରେ ସାରା ଦେଶରେ ସୁନା-ରୁପା ପରି ମୂଲ୍ୟବାନ ଧାତୁ ଦୋକାନ ବନ୍ଦ ରହିଛି । ଆଜି (ମଙ୍ଗଳବାର) ମୂଲ୍ୟବାନ ଧାତୁ ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି । ଆଜି ସୁନା ଦର ଖସି ଥିବା ବେଳେ ରୁପା ଦର ସ୍ଥିର ରହିଛି । ଦେଶରେ ୧୦ ଗ୍ରାମ ସୁନା ମୂଲ୍ୟରେ ୩୦ ଟଙ୍କା ହ୍ରାସ ପାଇଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୩୦୦ ଟଙ୍କା ରହିଛି । ଗତକାଲି ଏହାର ମୂଲ୍ୟ ୪୫,୩୩୦ ଟଙ୍କା ଥିଲା । 

ଅନ୍ୟପକ୍ଷେ ଆଜି ଦେଶରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଆସିନାହିଁ । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୩,୦୦୦ ଟଙ୍କା ରହିଛି । ଯାହା ଗତକାଲି ମଧ୍ୟ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୩,୦୦୦ ଟଙ୍କା ଥିଲା । 

ଅନ୍ୟପଟେ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ସୁନା ମୂଲ୍ୟରେ ବୃଦ୍ଧି ଦେଖାଦେଇଛି । ଆଜି ସୁନା ଦର ୧୧୦ ଟଙ୍କା ବଢ଼ିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୪୧୦ ଟଙ୍କା ପହଞ୍ଚିଛି । ଗତକାଲି ମଧ୍ୟ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୩୦୦ ଟଙ୍କାରେ ବନ୍ଦ ହୋଇଥିଲା । ୧୧ କ୍ୟାରେଟ ସୁନା ମୂଲ୍ୟରେ ୧୧୦ ଟଙ୍କା ବୃଦ୍ଧି ପାଇଛି । ଫଳରେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୬୩୦ ଟଙ୍କା ରହିଛି । ଯାହା ଗତକାଲି ୪୪,୫୨୦ ଟଙ୍କା ରହିଥିଲା । 

ଅନ୍ୟପକ୍ଷେ ଭୁବନେଶ୍ୱରରେ ରୁପା ମୂଲ୍ୟରେ ମଧ୍ୟ କୌଣସି ପରିବର୍ତ୍ତନ ଆସିନାହିଁ । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୩,୦୦୦ ଟଙ୍କା ରହିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୩,୦୦୦ ଟଙ୍କା ଥିଲା । 

;