Advertisement
Article Detail0/zeeodisha/odisha669968
Zee OdishaOdisha National-Internationalସୁନା-ରୁପା ମୂଲ୍ୟରେ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

ସୁନା-ରୁପା ମୂଲ୍ୟରେ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

ଅନ୍ୟପଟେ ଆଜି ରୁପା ମୂଲ୍ୟରେ ମଧ୍ୟ ବୃଦ୍ଧି ଦେଖାଦେଇଛି । ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୧୦ ଟଙ୍କାର ବଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୧୬୦ ଟଙ୍କା ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୧୫୦ ଟଙ୍କା ଥିଲା । 

 ସୁନା-ରୁପା ମୂଲ୍ୟରେ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: କୋରୋନା ସଙ୍କଟ ଯୋଗୁଁ  ଦେଶରେ ଲକଡାଉନ୍ ଜାରି ରହିଛି । ଫଳରେ ସାରା ଦେଶରେ ସୁନା-ରୁପା ପରି ମୂଲ୍ୟବାନ ଧାତୁ ଦୋକାନ ବନ୍ଦ ରହିଛି । ଅନ୍ୟପକ୍ଷେ ସୁନା-ରୁପା ମୂଲ୍ୟରେ ଗତ ୨ ଦିନ ଧରି ହ୍ରାସ ଘଟିବା ପରେ ଆଜି ବୃଦ୍ଧି ଘଟିଛି । ଆଜି(ରବିବାର) ଦେଶରେ ସୁନା ମୂଲ୍ୟରେ ୧୦ଟଙ୍କାର ବୃଦ୍ଧି ରେକର୍ଡ କରାଯାଇଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୩,୨୧୦ ଟଙ୍କା ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୪୩,୨୦୦ ଟଙ୍କାରେ ବନ୍ଦ ହୋଇଥିଲା । 

ଅନ୍ୟପଟେ ଆଜି ରୁପା ମୂଲ୍ୟରେ ମଧ୍ୟ ବୃଦ୍ଧି ଦେଖାଦେଇଛି । ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୧୦ ଟଙ୍କାର ବଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୧୬୦ ଟଙ୍କା ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୧୫୦ ଟଙ୍କା ଥିଲା । 

ସେହିପରି ଆଜି ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ସୁନା ମୂଲ୍ୟରେ ବୃଦ୍ଧି ଘଟିଛି । ଆଜି ଭୁବନେଶ୍ୱରରେ ସୁନା ମୂଲ୍ୟରେ ୧୦ ଟଙ୍କା ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୨୧୦ ଟଙ୍କା ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୪୪,୨୦୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି  ୨୨ କ୍ୟାରେଟ ୧୦ ଗ୍ରାମ ସୁନା ୪୦,୫୨୦ ଟଙ୍କା ରହିଛି । ଯାହା ଗତକାଲି ୪୦,୫୧୦ ଟଙ୍କା ରହିଥିଲା । 

Add Zee News as a Preferred Source

ଅନ୍ୟପକ୍ଷେ ଭୁବନେଶ୍ୱରରେ ରୁପା ମୂଲ୍ୟରେ ମଧ୍ୟ ୧୦ ଟଙ୍କାର ବୃଦ୍ଧି ରେକର୍ଡ ହୋଇଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୨୦୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୧୫୦ ଟଙ୍କା ଥିଲା । 

About the Author