ଖସିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍
Advertisement

ଖସିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

ଅନ୍ୟପକ୍ଷେ ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟରେ ହ୍ରାସ ଦେଖାଦେଇଛି । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୮୦୦ ଟଙ୍କା ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୨୦୦ ଟଙ୍କା ରହିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୯,୦୦୦ ଟଙ୍କା ଥିଲା । 

ଡିଜାଇନ ଫଟୋ

ନୂଆଦିଲ୍ଲୀ: ସମଗ୍ର ବିଶ୍ୱ ସମେତ ଭାରତରେ କୋରୋନା ମହାମାରୀ ସଙ୍କଟ ଦେଖାଦେଇଛି । ଯାହାର ପ୍ରଭାବ ଅର୍ଥନୀତି ଉପରେ ପଡୁଛି । ଏହାସହ ମୂଲ୍ୟବାନ ଧାତୁର ମୂଲ୍ୟରେ ମଧ୍ୟ ଅସ୍ଥିରତା ଲାଗି ରହିଛି । ଅନ୍ୟପକ୍ଷେ ଭାରତରେ ମଧ୍ୟ ଲକଡାଉନ୍ ଜାରି ରହିଛି । ଫଳରେ ସାରା ଦେଶରେ ସୁନା-ରୁପା ପରି ମୂଲ୍ୟବାନ ଧାତୁ ଦୋକାନ ବନ୍ଦ ରହିଛି । ଆଜି(ଗୁରୁବାର) ମୂଲ୍ୟବାନ ଧାତୁ ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି । ଆଜି ସୁନା-ରୁପା ମୂଲ୍ୟ ଖସିଛି । ଦେଶରେ ୧୦ ଗ୍ରାମ ସୁନା ମୂଲ୍ୟରେ ୪୦୦ ଟଙ୍କା ଖସିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୨୦୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୭,୬୦୦ ଟଙ୍କା ଥିଲା । 

ଅନ୍ୟପକ୍ଷେ ଆଜି ଦେଶରେ ରୁପା ମୂଲ୍ୟରେ ମଧ୍ୟ ହ୍ରାସ ରେକର୍ଡ କରାଯାଇଛି । ଆଜି ରୁପା ମୂଲ୍ୟରେ ୮୦୦ ଟଙ୍କାର ହ୍ରାସ ଦେଖାଦେଇଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୨୦୦ ଟଙ୍କା ରହିଛି । ଯାହା ଗତକାଲି ୪୯,୦୦୦ ଟଙ୍କା ଥିଲା । 

ଅନ୍ୟପଟେ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ସୁନା ମୂଲ୍ୟରେ ସାମାନ୍ୟ ବୃଦ୍ଧି ଦେଖାଦେଇଛି । ଆଜି ସୁନା ଦର ୬୫୦ ଟଙ୍କା ବଢ଼ିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୦୫୦ ଟଙ୍କା ପହଞ୍ଚିଛି । ଗତକାଲି ମଧ୍ୟ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୪୦୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୧୧ କ୍ୟାରେଟ ସୁନା ମୂଲ୍ୟରେ ୧୨୦ ଟଙ୍କା ହ୍ରାସ ପାଇଛି । ଫଳରେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୨୪୦ ଟଙ୍କା ରହିଛି । ଯାହା ଗତକାଲି ୪୫,୩୬୦ ଟଙ୍କା ରହିଥିଲା । 

ଅନ୍ୟପକ୍ଷେ ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟରେ ହ୍ରାସ ଦେଖାଦେଇଛି । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୮୦୦ ଟଙ୍କା ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୨୦୦ ଟଙ୍କା ରହିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୯,୦୦୦ ଟଙ୍କା ଥିଲା ।