ପୁଣି ଖସିଲା ସୁନା ଦର
Advertisement

ପୁଣି ଖସିଲା ସୁନା ଦର

ଅନ୍ୟପକ୍ଷେ ଆଜି ଦେଶରେ ରୁପା ମୂଲ୍ୟରେ ମଧ୍ୟ ବୃଦ୍ଧି ରେକର୍ଡ କରାଯାଇଛି । ଆଜି ରୁପା ମୂଲ୍ୟରେ ୫୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୨୫୦ ଟଙ୍କା ରହିଛି । ଯାହା ଗତକାଲି ୪୮,୨୦୦ ଟଙ୍କା ଥିଲା । 

ପୁଣି ଖସିଲା ସୁନା ଦର

ନୂଆଦିଲ୍ଲୀ: ସମଗ୍ର ବିଶ୍ୱ ସମେତ ଭାରତରେ କୋରୋନା ମହାମାରୀ ସଙ୍କଟ ଦେଖାଦେଇଛି । ଯାହାର ପ୍ରଭାବ ଅର୍ଥନୀତି ଉପରେ ପଡୁଛି । ଏହାସହ ମୂଲ୍ୟବାନ ଧାତୁର ମୂଲ୍ୟରେ ମଧ୍ୟ ଅସ୍ଥିରତା ଲାଗି ରହିଛି । ଅନ୍ୟପକ୍ଷେ ଭାରତରେ ମଧ୍ୟ ଲକଡାଉନ୍ ଜାରି ରହିଛି । ଫଳରେ ସାରା ଦେଶରେ ସୁନା-ରୁପା ପରି ମୂଲ୍ୟବାନ ଧାତୁ ଦୋକାନ ବନ୍ଦ ରହିଛି । ଆଜି(ଶୁକ୍ରବାର) ମୂଲ୍ୟବାନ ଧାତୁ ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଆଜି ସୁନା-ରୁପା ମୂଲ୍ୟ ବଢ଼ିଛି । ଦେଶରେ ୧୦ ଗ୍ରାମ ସୁନା ମୂଲ୍ୟରେ ୫୦ ଟଙ୍କା ବଢ଼ିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୨୫୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୭,୨୦୦ ଟଙ୍କା ଥିଲା । 

ଅନ୍ୟପକ୍ଷେ ଆଜି ଦେଶରେ ରୁପା ମୂଲ୍ୟରେ ମଧ୍ୟ ବୃଦ୍ଧି ରେକର୍ଡ କରାଯାଇଛି । ଆଜି ରୁପା ମୂଲ୍ୟରେ ୫୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୨୫୦ ଟଙ୍କା ରହିଛି । ଯାହା ଗତକାଲି ୪୮,୨୦୦ ଟଙ୍କା ଥିଲା । 

ଅନ୍ୟପଟେ ରାଜଧାନୀ ଭୁବନେଶ୍ୱରରେ ସୁନା ମୂଲ୍ୟରେ ସାମାନ୍ୟ ହ୍ରାସ ଘଟିଛି । ଆଜି ସୁନା ମୂଲ୍ୟରେ ୩୭୦ ଟଙ୍କା ହ୍ରାସ ପାଇଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୬୮୦ ଟଙ୍କା ପହଞ୍ଚିଛି । ଗତକାଲି ମଧ୍ୟ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୦୫୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୧୧ କ୍ୟାରେଟ ସୁନା ମୂଲ୍ୟରେ ୩୭୦ ଟଙ୍କା ହ୍ରାସ ପାଇଛି । ଫଳରେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୮୭୦ ଟଙ୍କା ରହିଛି । ଯାହା ଗତକାଲି ୪୫,୨୪୦ ଟଙ୍କା ରହିଥିଲା । 

ଅନ୍ୟପକ୍ଷେ ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟରେ ବୃଦ୍ଧି ଦେଖାଦେଇଛି । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୫୦ ଟଙ୍କା ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୨୫୦ ଟଙ୍କା ରହିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୨୦୦  ଟଙ୍କା ଥିଲା ।