ପୁଣି ସୁନା-ରୁପା ଦରରେ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍
Advertisement
Article Detail0/zeeodisha/odisha675763

ପୁଣି ସୁନା-ରୁପା ଦରରେ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

ଅନ୍ୟପଟେ ଆଜି ପୁଣି ରୁପା ମୂଲ୍ୟରେ ବୃଦ୍ଧି ଦେଖାଦେଇଛି । ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୨୦୦ ଟଙ୍କା ବଢ଼ିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୨୦୦ ଟଙ୍କା ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୦୦୦ ଟଙ୍କା ଥିଲା । 

ଫଟୋ ସୌଜନ୍ୟ: ସୋସିଆଲ ମିଡିଆ
ଫଟୋ ସୌଜନ୍ୟ: ସୋସିଆଲ ମିଡିଆ

ନୂଆଦିଲ୍ଲୀ: ସମଗ୍ର ବିଶ୍ୱ ସମେତ ଭାରତରେ କୋରୋନା ସଙ୍କଟ ଜାରି ରହିଛି । ଏହି ସମୟରେ ଅନ୍ତର୍ଜାତୀୟ ବଜାରରେ ଅସ୍ଥିରତା ଜାରି ରହିଛି । ଏହାସହ ମୂଲ୍ୟବାନ ଧାତୁର ଦରରେ ମଧ୍ୟ ହ୍ରାସ-ବୃଦ୍ଧି ଦେଖାଦେଉଛି । ଫଳରେ ଏହାର ପ୍ରଭାବ ଭାରତୀୟ ବଜାରରେ ମଧ୍ୟ ଦେଖିବାକୁ ମିଳୁଛି । ଅନ୍ୟପକ୍ଷେ ଦେଶରେ ଲକଡାଉନ୍ ଜାରି ରହିଛି । ଫଳରେ ସାରା ଦେଶରେ ସୁନା-ରୁପା ପରି ମୂଲ୍ୟବାନ ଧାତୁ ଦୋକାନ ବନ୍ଦ ରହିଛି । ଅନ୍ୟପଟେ ଆଜି(ଶନିବାର) ମୂଲ୍ୟବାନ ଧାତୁ ମୂଲ୍ୟରେ ପୁଣି ହ୍ରାସ-ବୃଦ୍ଧି ଦେଖାଦେଇଛି । ଦେଶରେ ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଆସି ନାହିଁ । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୨୫୦ ଟଙ୍କା ରହିଛି । 

ଅନ୍ୟପଟେ ଆଜି ପୁଣି ରୁପା ମୂଲ୍ୟରେ ବୃଦ୍ଧି ଦେଖାଦେଇଛି । ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୨୦୦ ଟଙ୍କା ବଢ଼ିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୨୦୦ ଟଙ୍କା ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୦୦୦ ଟଙ୍କା ଥିଲା । 

ଅନ୍ୟପଟେ ରାଜଧାନୀ ଭୁବନେଶ୍ୱରରେ ସୁନା ମୂଲ୍ୟରେ ବୃଦ୍ଧି ଦେଖାଦେଇଛି । ଆଜି ଭୁବନେଶ୍ୱରରେ ସୁନା ମୂଲ୍ୟରେ ୨୦୦ ଟଙ୍କା ବୃଦ୍ଧି ପାଇଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୪୦୦ ଟଙ୍କା ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୪୬,୨୦୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୧୯୦ ଟଙ୍କା ବଢ଼ିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୩,୬୦୦ ଟଙ୍କା ରହିଛି । ଯାହା ଗତକାଲି ୪୩,୪୧୦ ଟଙ୍କା ରହିଥିଲା । 

ଅନ୍ୟପକ୍ଷେ ଭୁବନେଶ୍ୱରରେ ରୁପା ମୂଲ୍ୟରେ ୨୦୦ ଟଙ୍କା ବୃଦ୍ଧି ପାଇଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୨୦୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୦୦୦ ଟଙ୍କା ଥିଲା । 

;