ପୁଣି ଖସିଲା ସୁନା ଦର, ଜାଣନ୍ତୁ ଆଜିର ରେଟ୍
Advertisement

ପୁଣି ଖସିଲା ସୁନା ଦର, ଜାଣନ୍ତୁ ଆଜିର ରେଟ୍

ଅନ୍ୟପକ୍ଷେ ଆଜି ଦେଶରେ ରୁପା ମୂଲ୍ୟ ବଢ଼ିଛି । ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୧୦୦ ଟଙ୍କା ବଢ଼ିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୩,୫୦୦ ଟଙ୍କା ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୨,୦୫୦ ଟଙ୍କା ଥିଲା । 

ଡିଜାଇନ ଫଟୋ

ନୂଆଦିଲ୍ଲୀ: କୋରୋନା ସଙ୍କଟ ଯୋଗୁଁ ଅନ୍ତର୍ଜାତୀୟ ବଜାରରେ ଅସ୍ଥିରତା ଲାଗି ରହିଛି । ଏହାସହ ମୂଲ୍ୟବାନ ଧାତୁର ଦରରେ ମଧ୍ୟ ହ୍ରାସ-ବୃଦ୍ଧି ଦେଖାଦେଉଛି । ଫଳରେ ଏହାର ପ୍ରଭାବ ଘରୋଇ ବଜାରରେ ମଧ୍ୟ ଦେଖିବାକୁ ମିଳୁଛି । ଦେଶରେ ମଧ୍ୟ ଲକଡାଉନ୍ ଜାରି ରହିଛି । ଫଳରେ ସାରା ଦେଶରେ ସୁନା-ରୁପା ପରି ମୂଲ୍ୟବାନ ଧାତୁ ଦୋକାନ ବନ୍ଦ ରହିଛି । ଅନ୍ୟପଟେ ଆଜି(ଶନିବାର) ମୂଲ୍ୟବାନ ଧାତୁ ମୂଲ୍ୟରେ ପୁଣି ହ୍ରାସ ଘଟିଛି । ଦେଶରେ ୧୦ ଗ୍ରାମ ସୁନା ମୂଲ୍ୟ ୩୪୦ ଟଙ୍କା ଖସିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୪୧୦ ଟଙ୍କା ରହିଛି । ଗତକାଲି ଏହାର ମୂଲ୍ୟ ୪୫,୭୫୦ ଟଙ୍କା ଥିଲା । 

ଅନ୍ୟପକ୍ଷେ ଆଜି ଦେଶରେ ରୁପା ମୂଲ୍ୟ ବଢ଼ିଛି । ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୧୦୦ ଟଙ୍କା ବଢ଼ିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୩,୫୦୦ ଟଙ୍କା ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୨,୦୫୦ ଟଙ୍କା ଥିଲା । 

ଅନ୍ୟପଟେ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ସୁନା ମୂଲ୍ୟରେ ହ୍ରାସ ଦେଖାଦେଇଛି । ଆଜି ସୁନା ଦର ୨୫୦ ଟଙ୍କା ଖସିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୦୦୦ ଟଙ୍କା ପହଞ୍ଚିଛି । ଗତକାଲି ମଧ୍ୟ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୨୫୦ ଟଙ୍କାରେ ବନ୍ଦ ହୋଇଥିଲା । ୧୧ କ୍ୟାରେଟ ସୁନା ମୂଲ୍ୟରେ ୨୯୦ ଟଙ୍କା ହ୍ରାସ ପାଇଛି । ଫଳରେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୨୦୦ ଟଙ୍କା ରହିଛି । ଯାହା ଗତକାଲି ୪୪,୪୯୦ ଟଙ୍କା ରହିଥିଲା । 

ଅନ୍ୟପକ୍ଷେ ଭୁବନେଶ୍ୱରରେ ରୁପା ମୂଲ୍ୟ ମଧ୍ୟ ୧୦୦ ବଢ଼ିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୩,୬୦୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୩,୫୦୦  ଟଙ୍କା ଥିଲା ।