ଜାରି ହେଲା ସୁନା-ରୁପାର ନୂଆ ଦାମ୍, ଜାଣନ୍ତୁ କ'ଣ ରହିଛି ରେଟ୍
Advertisement
Article Detail0/zeeodisha/odisha1201235

ଜାରି ହେଲା ସୁନା-ରୁପାର ନୂଆ ଦାମ୍, ଜାଣନ୍ତୁ କ'ଣ ରହିଛି ରେଟ୍

Gold-Silver Rate: ଆଜି (ଗୁରୁବାର) ଅର୍ଥାତ ମେ ୨୯ରେ ସୁନା ଓ ରୁପା ମୂଲ୍ୟ (Gold Silver Price) ସ୍ଥିର ରହିଛି । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟ ମଧ୍ୟ ସମାନ ସ୍ଥିତି ଦେଖାଦେଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । 

ସାଙ୍କେତିକ ଫଟୋ

ନୂଆଦିଲ୍ଲୀ: Gold-Silver Rate: ଆଜି (ଗୁରୁବାର) ଅର୍ଥାତ ମେ ୨୯ରେ ସୁନା ଓ ରୁପା ମୂଲ୍ୟ (Gold Silver Price) ସ୍ଥିର ରହିଛି । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟ ମଧ୍ୟ ସମାନ ସ୍ଥିତି ଦେଖାଦେଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ଗତକାଲି ଅର୍ଥାତ ଶନିବାର ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିଲା । ସେହିପରି ଆଜି ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦର ସ୍ଥିର ରହିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୨,୦୯୦ ଟଙ୍କା ରହିଛି । ଯାହା ଗତକାଲି ଏହାର ମୂଲ୍ୟ ୫୨,୦୯୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ କୌଣସି ପରିବର୍ତ୍ତନ ଘଟିନାହିଁ । ଫଳରେ ୧୦ ଗ୍ରାମ ସୁନା ଦର ୪୭,୭୫୦ ଟଙ୍କା ରହିଛି । ଯାହା ଗତକାଲି ଏହାର ମୂଲ୍ୟ ୪୭,୭୫୦ ଟଙ୍କା ଥିଲା ।
 
ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଗତକାଲି ଦେଶରେ ରୁପା ମୂଲ୍ୟରେ ୫୦ ଟଙ୍କାର ହ୍ରାସ ଘଟିଥିବାବେଳେ ଆଜି ରୁପା ମୂଲ୍ୟ ସ୍ଥିର ରହିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୨୦୦ ଟଙ୍କା ରହିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୨୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୨୨୦ ଟଙ୍କା ରହିଛି । ଯାହା ଗତକାଲି ୬,୨୨୦ ଟଙ୍କା ଥିଲା ।

ଆଜି ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Price) ମଧ୍ୟ ସ୍ଥିର ରହିଛି । ଲଗାତର ଦ୍ୱିତୀୟ ଦିନ ହେବ ସୁନା ଦରରେ ସ୍ଥିରତା ଦେଖାଦେଇଛି । ଗତକାଲି ଭୁବନେଶ୍ୱରରେ ସୁନା ଦରରେ କୌଣସି ପରିବର୍ତ୍ତନ ଘଟି ନଥିଲା । ସେହିପରି ଆଜି ୧୦ ଗ୍ରାମ ସୁନା ମୂଲ୍ୟ ସ୍ଥିର ରହିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୨,୦୯୦ ଟଙ୍କା ରହିଛି । ଯାହା ଗତକାଲି ଅର୍ଥାତ ଶନିବାର ୧୦ ଗ୍ରାମ ସୁନା ମୂଲ୍ୟ ୫୨,୦୯୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ କୌଣସି ପରିବର୍ତ୍ତନ ଘଟିନାହିଁ । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୭୫୦ ଟଙ୍କା ରହିଛି । ଯାହା ଗତକାଲି ଏହାର ମୂଲ୍ୟ ୪୭,୭୫୦ ଟଙ୍କା ଥିଲା ।

ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଗତକାଲି ରାଜଧାନୀରେ ରୁପା ମୂଲ୍ୟରେ ୪୦୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପଟେ ଆଜି ରୁପା ମୂଲ୍ୟ ସ୍ଥିରତା ଦେଖାଦେଇଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୦୦୦ ଟଙ୍କା ରହିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୦୦୦  ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୭୦୦ ଟଙ୍କା ରହିଛି । ଯାହା ଗତକାଲି ୬,୭୦୦ ଟଙ୍କା ଥିଲା ।

ଏହା ବି ପଢ଼ନ୍ତୁ: ପଞ୍ଜାବୀ ଗାୟକ ସିଦ୍ଧୁଙ୍କୁ ଗୁଳିକରି ହତ୍ୟା; ଗତକାଲି ସୁରକ୍ଷା ପ୍ରତ୍ୟାହାର କରିନେଥିଲେ ମାନ ସରକାର