ପୁଣି ସୁନା-ରୁପା ମୂଲ୍ୟରେ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍
ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ବୃଦ୍ଧି ଘଟିଛି । ଆଜି ରୁପା ଦରରେ ୨୪୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୬୬୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬୬,୩୬୦ ଟଙ୍କା ଥିଲା ।
ନୂଆଦିଲ୍ଲୀ: ମୂଲ୍ୟବାନ ଧାତୁର ବଜାରରେ ସପ୍ତାହର ପ୍ରଥମ ଦିନ ସୁନା-ରୁପା ମୂଲ୍ୟରେ ବୃଦ୍ଧି ଘଟିଛି । ଅନ୍ୟପକ୍ଷେ ବୈଶ୍ୱିକ ବଜାରରେ ମଧ୍ୟ ମୂଲ୍ୟବାନ ଧାତୁର ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଘରୋଇ ବଜାରରେ ଦେଖିବାକୁ ମିଳିଛି । ଆଜି ଅର୍ଥାତ ସୋମବାର ଦେଶରେ ସୁନା ଦରରେ ବୃଦ୍ଧି ରେକର୍ଡ କରାଯାଇଛି । ଆଜି ୧୦ ଗ୍ରାମ ସୁନା ଦର (Gold Rate) ରେ ୪୦ ଟଙ୍କାର ବୃଦ୍ଧି ରେକର୍ଡ କରାଯାଇଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ (Gold Price) ୫୧,୫୦୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୧,୪୬୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୪୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଫଳରେ ୧୦ ଗ୍ରାମ ସୁନା ଦର ୫୦,୫୦୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ଏହାର ମୂଲ୍ୟ ୫୦,୪୬୦ ଟଙ୍କା ଥିଲା ।
ଅଧିକ ପଢ଼ନ୍ତୁ:-ଆଇପିଏସଙ୍କ ପତ୍ନୀ ଅମିତ ଶାହଙ୍କୁ ଲେଖିଲେ ଚିଠି, କହିଲେ- ଅନେକ ମହିଳାଙ୍କ ସହ ମୋ ସ୍ୱାମୀଙ୍କ...
ସେହିପରି ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ବୃଦ୍ଧି ଘଟିଛି । ଆଜି ରୁପା ଦରରେ ୨୪୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୬୬୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬୬,୩୬୦ ଟଙ୍କା ଥିଲା ।
ଅନ୍ୟପଟେ ରାଜଧାନୀ ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Rate) ରେ ମଧ୍ୟ ବୃଦ୍ଧି ଘଟିଛି । ଆଜି ସୁନା ମୂଲ୍ୟରେ ୪୫୦ ଟଙ୍କା ବଢ଼ିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୪,୦୪୦ ଟଙ୍କା ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୩,୫୯୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୪୧୦ ଟଙ୍କାର ବୃଦ୍ଧି ରେକର୍ଡ କରାଯାଇଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୫୪୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୯,୧୩୦ ଟଙ୍କା ରହିଥିଲା ।
ଅଧିକ ପଢ଼ନ୍ତୁ:-'କଂଗ୍ରେସରେ ରାହୁଲଙ୍କ ନେତୃତ୍ୱକୁ ରୋକିବା ଦଳର ଅସ୍ତିତ୍ୱକୁ ହିଁ ନଷ୍ଟ କରିଦେବ'
ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ଦର (Silver Rate) ରେ ବୃଦ୍ଧି ରେକର୍ଡ କରାଯାଇଛି । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୨୪୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୬୦୦ ଟଙ୍କାରେ ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୩୬୦ ଟଙ୍କା ଥିଲା ।