Advertisement
Article Detail0/zeeodisha/odisha700352
Zee OdishaOdisha National-Internationalପୁଣି କମିଲା ସୁନା-ରୁପା ଦର

ପୁଣି କମିଲା ସୁନା-ରୁପା ଦର

ଅନ୍ୟପକ୍ଷେ ଆଜି ଦେଶରେ ରୁପା ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି । ଆଜି ରୁପା ମୂଲ୍ୟରେ ୩୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୫୦୦ ଟଙ୍କା ରହିଛି । ଯାହା ଗତକାଲି ୪୮,୮୦୦ ଟଙ୍କା ଥିଲା ।

ଡିଜାଇନ୍ ଫଟୋ
ଡିଜାଇନ୍ ଫଟୋ

ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁର ମୂଲ୍ୟରେ କ୍ରମାଗତ ହ୍ରାସ ବୃଦ୍ଧି ଲାଗି ରହିଛି । ଯାହାର ପ୍ରଭାବ ଘରୋଇ ବଜାରରେ ମଧ୍ୟ ଦେଖିବାକୁ ମିଳୁଛି । ଆଜି(ମଙ୍ଗଳବାର) ଦେଶରେ ମୂଲ୍ୟବାନ ଧାତୁର ମୂଲ୍ୟରେ ବୃଦ୍ଧି ଘଟିଛି । ଆଜି ସୁନା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଦେଶରେ ୧୦ ଗ୍ରାମ ସୁନା ମୂଲ୍ୟରେ ୫୦ ଟଙ୍କା ବଢ଼ିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୬୫୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୭,୬୦୦ ଟଙ୍କା ଥିଲା । 

ଅନ୍ୟପକ୍ଷେ ଆଜି ଦେଶରେ ରୁପା ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି । ଆଜି ରୁପା ମୂଲ୍ୟରେ ୩୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୫୦୦ ଟଙ୍କା ରହିଛି । ଯାହା ଗତକାଲି ୪୮,୮୦୦ ଟଙ୍କା ଥିଲା ।

ଅନ୍ୟପଟେ ରାଜଧାନୀ ଭୁବନେଶ୍ୱରରେ ସୁନା ମୂଲ୍ୟରେ ସାମାନ୍ୟ ହ୍ରାସ ରେକର୍ଡ କରାଯାଇଛି । ଆଜି ସୁନା ମୂଲ୍ୟରେ ୧୯୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୩୯୦ ଟଙ୍କା ପହଞ୍ଚିଛି । ଗତକାଲି ମଧ୍ୟ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୫୮୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୧୦୦ ଟଙ୍କା ରହିଛି । ଯାହା ଗତକାଲି ୪୬,୨୯୦ ଟଙ୍କା ରହିଥିଲା । 

Add Zee News as a Preferred Source

ଅନ୍ୟପକ୍ଷେ ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟରେ ହ୍ରାସ ଘଟିଛି । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୩୦୦ ଟଙ୍କା ଖସିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୫୦୦ ଟଙ୍କା ରହିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୮୦୦ ଟଙ୍କା ଥିଲା । 

About the Author