ପୁଣି କମିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍
Advertisement
Article Detail0/zeeodisha/odisha719408

ପୁଣି କମିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

ଆଜି ଦେଶରେ ରୁପା ମୂଲ୍ୟରେ ରେକର୍ଡ ହ୍ରାସ ଘଟିଛି । ଆଜି ରୁପା ମୂଲ୍ୟରେ ୨,୭୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬୪,୭୦୦ ଟଙ୍କା ଥିଲା ।

ପୁଣି କମିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: ସମଗ୍ର ଦୁନିଆ ସମେତ ଭାରତରେ କୋରୋନା ସଙ୍କଟ ଜାରି ରହିଛି । ଏହି ସମୟରେ ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁର ମୂଲ୍ୟରେ କ୍ରମାଗତ ହ୍ରାସ-ବୃଦ୍ଧି ଲାଗି ରହିଛି । ଯାହାର ପ୍ରଭାବ ଭାରତର ଘରୋଇ ବଜାରରେ ମଧ୍ୟ ଦେଖିବାକୁ ମିଳୁଛି । ଆଜି(ମଙ୍ଗଳବାର) ଦେଶରେ ମୂଲ୍ୟବାନ ଧାତୁର ମୂଲ୍ୟରେ ହ୍ରାସ ଘଟିଛି ।  ଆଜି ସୁନା ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି । ଦେଶରେ ୧୦ ଗ୍ରାମ ସୁନା ମୂଲ୍ୟରେ ୩୯୦ ଟଙ୍କା ଖସିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୧,୨୬୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୫୧,୬୫୦ ଟଙ୍କା ଥିଲା । 

ସେହିପରି ଆଜି ଦେଶରେ ରୁପା ମୂଲ୍ୟରେ ରେକର୍ଡ ହ୍ରାସ ଘଟିଛି । ଆଜି ରୁପା ମୂଲ୍ୟରେ ୨,୭୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୬୪,୭୦୦ ଟଙ୍କା ଥିଲା ।

ଅନ୍ୟପଟେ ରାଜଧାନୀ ଭୁବନେଶ୍ୱରରେ ସୁନା ଦରରେ ବୃଦ୍ଧି ଘଟିଛି । ଆଜି ସୁନା ମୂଲ୍ୟରେ ୬୪୦ ଟଙ୍କାର ବୃଦ୍ଧି ରେକର୍ଡ କରାଯାଇଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୪,୯୪୦ ଟଙ୍କା ପହଞ୍ଚିଛି । ଗତକାଲି ମଧ୍ୟ ୧୦ ଗ୍ରାମ ସୁନା ମୂଲ୍ୟ ୫୪,୩୦୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ମଧ୍ୟ ୫୯୦ ଟଙ୍କା ବଢିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୩୭୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୯,୭୮୦ ଟଙ୍କା ରହିଥିଲା ।

ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟରେ ରେକର୍ଡ ହ୍ରାସ ଘଟିଛି । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୨,୭୦୦ ଟଙ୍କା ଖସିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୦୦୦ ଟଙ୍କା ରହିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୪,୭୦୦ ଟଙ୍କା ଥିଲା ।

;