ଅନ୍ୟପକ୍ଷେ ଆଜି ଦେଶରେ ରୁପା ମୂଲ୍ୟରେ ବି ବୃଦ୍ଧି ରେକର୍ଡ କରାଯାଇଛି । ଆଜି ରୁପା ମୂଲ୍ୟରେ ୨୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୫୦୦ ଟଙ୍କା ରହିଛି । ଯାହା ଗତକାଲି ୪୮,୩୦୦ ଟଙ୍କା ଥିଲା ।
Trending Photos
)
ନୂଆଦିଲ୍ଲୀ: କୋରୋନା ସଙ୍କଟ ଯୋଗୁଁ ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁର ମୂଲ୍ୟରେ ହ୍ରାସ ବୃଦ୍ଧି ଲାଗି ରହିଛି । ଯାହାର ପ୍ରଭାବ ଘରୋଇ ବଜାରରେ ମଧ୍ୟ ଦେଖିବାକୁ ମିଳୁଛି । ଆଜି(ଗୁରୁବାର) ମୂଲ୍ୟବାନ ଧାତୁର ମୂଲ୍ୟରେ ବୃଦ୍ଧି ଘଟିଛି । ଆଜି ସୁନା ମୂଲ୍ୟରେ ସାମାନ୍ୟ ବୃଦ୍ଧି ରେକର୍ଡ କରାଯାଇଛି । ଦେଶରେ ୧୦ ଗ୍ରାମ ସୁନା ମୂଲ୍ୟରେ ୧୫୦ ଟଙ୍କା ବଢିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୧୦୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୬,୯୫୦ ଟଙ୍କା ଥିଲା ।
ଅନ୍ୟପକ୍ଷେ ଆଜି ଦେଶରେ ରୁପା ମୂଲ୍ୟରେ ବି ବୃଦ୍ଧି ରେକର୍ଡ କରାଯାଇଛି । ଆଜି ରୁପା ମୂଲ୍ୟରେ ୨୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୫୦୦ ଟଙ୍କା ରହିଛି । ଯାହା ଗତକାଲି ୪୮,୩୦୦ ଟଙ୍କା ଥିଲା ।
ଅନ୍ୟପଟେ ରାଜଧାନୀ ଭୁବନେଶ୍ୱରରେ ସୁନା ମୂଲ୍ୟରେ ମଧ୍ୟ ବୃଦ୍ଧି ଘଟିଛି । ଆଜି ସୁନା ମୂଲ୍ୟରେ ୫୨୦ ଟଙ୍କା ବୃଦ୍ଧି ପାଇଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୫୦୦ ଟଙ୍କା ପହଞ୍ଚିଛି । ଗତକାଲି ମଧ୍ୟ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୯୮୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୧୧ କ୍ୟାରେଟ ସୁନା ମୂଲ୍ୟରେ ମଧ୍ୟ ୪୩୦ ଟଙ୍କା ବୃଦ୍ଧି ପାଇଛି । ଫଳରେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୩୭୦ ଟଙ୍କା ରହିଛି । ଯାହା ଗତକାଲି ୪୪,୯୪୦ ଟଙ୍କା ରହିଥିଲା ।
ଅନ୍ୟପକ୍ଷେ ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟରେ ସାମାନ୍ୟ ବୃଦ୍ଧି ଦେଖାଦେଇଛି । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୨୦୦ ଟଙ୍କା ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୫୦୦ ଟଙ୍କା ରହିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୩୦୦ ଟଙ୍କା ଥିଲା ।