ଅନ୍ୟପକ୍ଷେ ଆଜି ଦେଶରେ ରୁପା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଆଜି ରୁପା ମୂଲ୍ୟରେ ୬୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୭,୭୦୦ ଟଙ୍କା ରହିଛି । ଯାହା ଗତକାଲି ୪୭,୧୦୦ ଟଙ୍କା ଥିଲା ।
Trending Photos
)
ନୂଆଦିଲ୍ଲୀ: କୋରୋନା ସଙ୍କଟ ଯୋଗୁଁ ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁର ମୂଲ୍ୟରେ ହ୍ରାସ ବୃଦ୍ଧି ଲାଗି ରହିଛି । ଯାହାର ପ୍ରଭାବ ଘରୋଇ ବଜାରରେ ମଧ୍ୟ ଦେଖିବାକୁ ମିଳୁଛି । ଆଜି(ମଙ୍ଗଳବାର) ମୂଲ୍ୟବାନ ଧାତୁର ମୂଲ୍ୟରେ ବୃଦ୍ଧି ଘଟିଛି । ଆଜି ସୁନା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଦେଶରେ ୧୦ ଗ୍ରାମ ସୁନା ମୂଲ୍ୟରେ ୧୦୦ ଟଙ୍କା ବଢ଼ିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୧୦୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୭,୦୦୦ ଟଙ୍କା ଥିଲା ।
ଅନ୍ୟପକ୍ଷେ ଆଜି ଦେଶରେ ରୁପା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଆଜି ରୁପା ମୂଲ୍ୟରେ ୬୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୭,୭୦୦ ଟଙ୍କା ରହିଛି । ଯାହା ଗତକାଲି ୪୭,୧୦୦ ଟଙ୍କା ଥିଲା ।
ଅନ୍ୟପଟେ ରାଜଧାନୀ ଭୁବନେଶ୍ୱରରେ ସୁନା ମୂଲ୍ୟରେ ସାମାନ୍ୟ ବୃଦ୍ଧି ରେକର୍ଡ କରାଯାଇଛି । ଆଜି ସୁନା ମୂଲ୍ୟରେ ୨୨୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୬୭୦ ଟଙ୍କା ପହଞ୍ଚିଛି । ଗତକାଲି ମଧ୍ୟ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୪୫୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୫୩୦ ଟଙ୍କା ରହିଛି । ଯାହା ଗତକାଲି ୪୫,୩୨୦ ଟଙ୍କା ରହିଥିଲା ।
ଅନ୍ୟପକ୍ଷେ ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟରେ ବୃଦ୍ଧି ଦେଖାଦେଇଛି । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୬୦୦ ଟଙ୍କା ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୭,୧୦୦ ଟଙ୍କା ରହିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୭,୭୦୦ ଟଙ୍କା ଥିଲା ।