Advertisement
Article Detail0/zeeodisha/odisha710809

୫୦ ହଜାର ଟପିଲା ସୁନା-ରୁପା ଦର

ସେହିପରି ଆଜି ଦେଶରେ ରୁପା ମୂଲ୍ୟ ରେକର୍ଡ ସ୍ତରକୁ ପହଞ୍ଚିଛି । ଆଜି ରୁପା ମୂଲ୍ୟରେ ୨୧୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୨,୨୧୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୫୨,୦୦୦ ଟଙ୍କା ଥିଲା ।

୫୦ ହଜାର ଟପିଲା ସୁନା-ରୁପା ଦର

ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କାୟା ବିସ୍ତାର କରି ଚାଲିଛି କୋରୋନା ଭୂତାଣୁ । ଏହାର ପ୍ରଭାବ ଅର୍ଥନୀତି ଉପରେ ମଧ୍ୟ ପଡୁଛି । ଅନ୍ୟପଟେ ଭାରତରେ ମଧ୍ୟ କୋରୋନା ସଙ୍କଟ ଜାରି ରହିଛି । ଏହି  ସମୟରେ ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁର ମୂଲ୍ୟରେ କ୍ରମାଗତ ବୃଦ୍ଧି ରେକର୍ଡ କରାଯାଉଛି । ଯାହାର ପ୍ରଭାବ ଭାରତର ଘରୋଇ ବଜାରରେ ମଧ୍ୟ ଦେଖିବାକୁ ମିଳୁଛି । ଆଜି(ସୋମବାର) ଦେଶରେ ମୂଲ୍ୟବାନ ଧାତୁର ମୂଲ୍ୟରେ ବୃଦ୍ଧି ଘଟିଛି । ଆଜି ସୁନା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଦେଶରେ ୧୦ ଗ୍ରାମ ସୁନା ମୂଲ୍ୟରେ ୪୯୦ ଟଙ୍କା ବଢ଼ିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୦୦୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୮,୫୧୦ ଟଙ୍କା ଥିଲା । 

ସେହିପରି ଆଜି ଦେଶରେ ରୁପା ମୂଲ୍ୟ ରେକର୍ଡ ସ୍ତରକୁ ପହଞ୍ଚିଛି । ଆଜି ରୁପା ମୂଲ୍ୟରେ ୨୧୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୨,୨୧୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୫୨,୦୦୦ ଟଙ୍କା ଥିଲା ।

ଅନ୍ୟପଟେ ରାଜଧାନୀ ଭୁବନେଶ୍ୱରରେ ସୁନା ଦରରେ ବୃଦ୍ଧି ରେକର୍ଡ କରାଯାଇଛି । ଆଜି ସୁନା ମୂଲ୍ୟରେ ୬୦ ଟଙ୍କାର ବୃଦ୍ଧି ରେକର୍ଡ କରାଯାଇଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୧,୨୪୦ ଟଙ୍କା ପହଞ୍ଚିଛି । ଗତକାଲି ମଧ୍ୟ ୧୦ ଗ୍ରାମ ସୁନା ମୂଲ୍ୟ ୫୧,୧୭୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ମଧ୍ୟ ୬୦ ଟଙ୍କା ବଢ଼ିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୯୬୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୬,୯୦୦ ଟଙ୍କା ରହିଥିଲା । 

Add Zee News as a Preferred Source

ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟରେ ବୃଦ୍ଧି ଘଟିଛି । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ  ୨୧୦ ଟଙ୍କା ବଢିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୨,୨୧୦  ଟଙ୍କା ରହିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୨,୦୦୦  ଟଙ୍କା ଥିଲା ।

About the Author