ଅନ୍ୟପକ୍ଷେ ଆଜି ଦେଶରେ ରୁପା ମୂଲ୍ୟରେ ମଧ୍ୟ ବୃଦ୍ଧି ଦେଖାଦେଇଛି । ଆଜି ରୁପା ମୂଲ୍ୟରେ ୫୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୫୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୮,୫୦୦ ଟଙ୍କା ଥିଲା ।
Trending Photos
)
ନୂଆଦିଲ୍ଲୀ: ସମଗ୍ର ବିଶ୍ୱ ସମେତ ଆମ ଦେଶ ଭାରତ କୋରୋନା ସଙ୍କଟ ମଧ୍ୟ ଦେଇ ଗତି କରୁଛି । ଏହି ସଙ୍କଟ ସମୟରେ ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁର ମୂଲ୍ୟରେ କ୍ରମାଗତ ହ୍ରାସ ବୃଦ୍ଧି ଲାଗି ରହିଛି । ଯାହାର ପ୍ରଭାବ ଭାରତର ଘରୋଇ ବଜାରରେ ମଧ୍ୟ ଦେଖିବାକୁ ମିଳୁଛି । ଆଜି(ମଙ୍ଗଳବାର) ଦେଶରେ ମୂଲ୍ୟବାନ ଧାତୁର ମୂଲ୍ୟରେ ବୃଦ୍ଧି ଘଟିଛି । ଆଜି ସୁନା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଦେଶରେ ୧୦ ଗ୍ରାମ ସୁନା ମୂଲ୍ୟରେ ୫୦ ଟଙ୍କା ବଢ଼ିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୩୫୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୮,୩୦୦ ଟଙ୍କା ଥିଲା ।
ଅନ୍ୟପକ୍ଷେ ଆଜି ଦେଶରେ ରୁପା ମୂଲ୍ୟରେ ମଧ୍ୟ ବୃଦ୍ଧି ଦେଖାଦେଇଛି । ଆଜି ରୁପା ମୂଲ୍ୟରେ ୫୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୫୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୮,୫୦୦ ଟଙ୍କା ଥିଲା ।
ଅନ୍ୟପଟେ ରାଜଧାନୀ ଭୁବନେଶ୍ୱରରେ ସୁନା ଦର ସାମାନ୍ୟ ଖସିଛି । ଆଜି ସୁନା ମୂଲ୍ୟରେ ୧୮୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୪୮୦ ଟଙ୍କା ପହଞ୍ଚିଛି । ଗତକାଲି ମଧ୍ୟ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୬୬୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ମଧ୍ୟ ୧୮୦ ଟଙ୍କା ଖସିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୨୭୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୪୬,୪୫୦ ଟଙ୍କା ରହିଥିଲା ।
ଆଜି ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟରେ ବୃଦ୍ଧି ଘଟିଛି । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୦ ଟଙ୍କା ବଢ଼ିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୫୫୦ ଟଙ୍କା ରହିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୫୦୦ ଟଙ୍କା ଥିଲା ।