ଅନ୍ୟପଟେ ଆଜି ରୁପା ମୂଲ୍ୟରେ ମଧ୍ୟ ବୃଦ୍ଧି ପାଇଛି । ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୧୫୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୩୦୦ ଟଙ୍କା ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୧୫୦ ଟଙ୍କା ଥିଲା ।
Trending Photos
)
ନୂଆଦିଲ୍ଲୀ: କୋରୋନା ମହାସଙ୍କଟ ଯୋଗୁଁ ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁର ଦରରେ କ୍ରମାଗତ ହ୍ରାସ-ବୃଦ୍ଧି ଲାଗି ରହିଛି । ଫଳରେ ପ୍ରଭାବ ଘରୋଇ ବଜାରରେ ମଧ୍ୟ ଦେଖିବାକୁ ମିଳୁଛି । ସୁନା-ରୁପା ମୂଲ୍ୟରେ କ୍ରମାଗତ ବୃଦ୍ଧି ରେକର୍ଡ କରାଯାଉଛି । ଆଜି(ସୋମବାର) ଦେଶରେ ସୁନା ମୂଲ୍ୟରେ ୧୫୦ ଟଙ୍କାର ବୃଦ୍ଧି ରେକର୍ଡ କରାଯାଇଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୩,୯୨୦ ଟଙ୍କା ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୪୩,୭୭୦ ଟଙ୍କାରେ ବନ୍ଦ ହୋଇଥିଲା ।
ଅନ୍ୟପଟେ ଆଜି ରୁପା ମୂଲ୍ୟରେ ମଧ୍ୟ ବୃଦ୍ଧି ପାଇଛି । ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୧୫୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୩୦୦ ଟଙ୍କା ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୧୫୦ ଟଙ୍କା ଥିଲା ।
ସେହିପରି ଆଜି ଅର୍ଥାତ ଏପ୍ରିଲ ୧୩ରେ ଭୁବନେଶ୍ୱରରେ ମଧ୍ୟ ସୁନା ମୂଲ୍ୟରେ ବୃଦ୍ଧି ଘଟିଛି । ଆଜି ଭୁବନେଶ୍ୱରରେ ସୁନା ମୂଲ୍ୟରେ ୪୦୦ ଟଙ୍କା ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୫୦୦ ଟଙ୍କା ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୪୪,୧୦୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ୪୦,୮୪୦ ଟଙ୍କା ରହିଛି । ଯାହା ଗତକାଲି ୪୦,୪୩୦ ଟଙ୍କାର ରହିଥିଲା ।
ଅନ୍ୟପକ୍ଷେ ଭୁବନେଶ୍ୱରରେ ରୁପା ମୂଲ୍ୟରେ ମଧ୍ୟ ୧୫୦ ଟଙ୍କାର ବୃଦ୍ଧି ରେକର୍ଡ ହୋଇଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୩୦୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୧୫୦ ଟଙ୍କା ଥିଲା ।