)
ନୂଆଦିଲ୍ଲୀ: କୋରୋନା ସଙ୍କଟ ମଧ୍ୟରେ ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁର ଦରରେ ହ୍ରାସ-ବୃଦ୍ଧି ଲାଗି ରହିଛି । ଫଳରେ ଏହାର ପ୍ରଭାବ ଭାରତରେ ମଧ୍ୟ ଦେଖାଦେଉଛି । ଅନ୍ୟପକ୍ଷେ ଦେଶରେ ଲକଡାଉନ୍ ଜାରି ରହିଛି । ଫଳରେ ସାରା ଦେଶରେ ସୁନା-ରୁପା ପରି ମୂଲ୍ୟବାନ ଧାତୁ ଦୋକାନ ବନ୍ଦ ରହିଛି । ଅନ୍ୟପଟେ ଆଜି(ରବିବାର) ମୂଲ୍ୟବାନ ଧାତୁ ମୂଲ୍ୟରେ ବୃଦ୍ଧି ଦେଖାଦେଇଛି । ଦେଶରେ ସୁନା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧି ରେକର୍ଡ କରାଯାଇଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୬୨୦ ଟଙ୍କା ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୪୫,୬୧୦ ଟଙ୍କାରେ ବନ୍ଦ ହୋଇଥିଲା ।
ଅନ୍ୟପଟେ ଆଜି ରୁପା ମୂଲ୍ୟରେ ବୃଦ୍ଧି ଦେଖାଦେଇଛି । ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୧୦ ଟଙ୍କାର ବୃଦ୍ଧ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୨,୬୦୦ ଟଙ୍କା ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୨,୫୯୦ ଟଙ୍କା ଥିଲା ।
ସେହିପରି ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ସୁନା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଆଜି ଭୁବନେଶ୍ୱରରେ ସୁନା ମୂଲ୍ୟରେ ୧୦ ଟଙ୍କା ବୃଦ୍ଧି ପାଇଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୯୩୦ ଟଙ୍କା ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୪୫,୯୨୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ୪୨,୬୨୦ ଟଙ୍କା ରହିଛି । ଯାହା ଗତକାଲି ୪୨,୬୧୦ ଟଙ୍କା ରହିଥିଲା ।
ଅନ୍ୟପକ୍ଷେ ଭୁବନେଶ୍ୱରରେ ରୁପା ମୂଲ୍ୟରେ ମଧ୍ୟ ୧୦ ଟଙ୍କାର ବୃଦ୍ଧି ରେକର୍ଡ ହୋଇଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୨,୬୦୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୨,୫୯୦ ଟଙ୍କା ଥିଲା ।