ସୁନା-ରୁପା ଦରରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍
Advertisement

ସୁନା-ରୁପା ଦରରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

ଅନ୍ୟପଟେ ଆଜି ରୁପା ମୂଲ୍ୟରେ ମଧ୍ୟ ବୃଦ୍ଧି ପାଇଛି । ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୯୨୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୨୮୦ ଟଙ୍କା ପହଞ୍ଚିଛି । ପୂର୍ବଦିନ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୦,୩୬୦ ଟଙ୍କା ଥିଲା । 

ସୁନା-ରୁପା ଦରରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: କୋରୋନା ସଙ୍କଟ ଯୋଗୁଁ ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁରେ ମୂଲ୍ୟରେ କ୍ରମାଗତ ହ୍ରାସ ରେକର୍ଡ କରାଯାଉଛି । ଯାହାର ପ୍ରଭାବ ଘରୋଇ ବଜାରରେ ମଧ୍ୟ ପଡୁଛି । ଆଜି(ମଙ୍ଗଳବାର) ଦେଶରେ ସୁନା ମୂଲ୍ୟରେ ୪୩୫ ଟଙ୍କାର ବୃଦ୍ଧି ରେକର୍ଡ କରାଯାଇଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୨,୯୪୫ ଟଙ୍କା ରହିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୪୨,୫୧୦ ଟଙ୍କାରେ ବନ୍ଦ ହୋଇଥିଲା । 

ଅନ୍ୟପଟେ ଆଜି ରୁପା ମୂଲ୍ୟରେ ମଧ୍ୟ ବୃଦ୍ଧି ପାଇଛି । ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୯୨୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୨୮୦ ଟଙ୍କା ପହଞ୍ଚିଛି । ପୂର୍ବଦିନ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୦,୩୬୦ ଟଙ୍କା ଥିଲା । 

ସେହିପରି ରାଜ୍ୟର ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ସୁନା ମୂଲ୍ୟରେ ବୃଦ୍ଧି ଘଟିଛି । ଆଜି ଭୁବନେଶ୍ୱରରେ ସୁନା ମୂଲ୍ୟରେ ୧୩୦ ଟଙ୍କା ବୃଦ୍ଧି ପାଇଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୧୬୦ ଟଙ୍କା ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୪୪,୦୩୦ ଟଙ୍କାରେ ବନ୍ଦ ହୋଇଥିଲା । 

ଅନ୍ୟପକ୍ଷେ ଭୁବନେଶ୍ୱରରେ ରୁପା ମୂଲ୍ୟରେ ମଧ୍ୟ ୯୨୦ ଟଙ୍କାର ବୃଦ୍ଧି ରେକର୍ଡ ହୋଇଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୨୮୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୦,୩୬୦ ଟଙ୍କା ଥିଲା ।