ଅନ୍ୟପକ୍ଷେ ଆଜି ଦେଶରେ ରୁପା ମୂଲ୍ୟରେ ବି ହ୍ରାସ ରେକର୍ଡ କରାଯାଇଛି । ଆଜି ରୁପା ମୂଲ୍ୟରେ ୫୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୪୫୦ ଟଙ୍କା ରହିଛି । ଯାହା ଗତକାଲି ୪୮,୫୦୦ ଟଙ୍କା ଥିଲା ।
Trending Photos
)
ନୂଆଦିଲ୍ଲୀ: କୋରୋନା ସଙ୍କଟ ଯୋଗୁଁ ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁର ମୂଲ୍ୟରେ ହ୍ରାସ ବୃଦ୍ଧି ଲାଗି ରହିଛି । ଯାହାର ପ୍ରଭାବ ଘରୋଇ ବଜାରରେ ମଧ୍ୟ ଦେଖିବାକୁ ମିଳୁଛି । ଆଜି(ଶୁକ୍ରବାର) ମୂଲ୍ୟବାନ ଧାତୁର ମୂଲ୍ୟରେ ହ୍ରାସ ଘଟିଛି । ଆଜି ସୁନା ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି । ଦେଶରେ ୧୦ ଗ୍ରାମ ସୁନା ମୂଲ୍ୟରେ ୭୦୦ ଟଙ୍କା ଖସିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୪୦୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୭,୧୦୦ ଟଙ୍କା ଥିଲା ।
ଅନ୍ୟପକ୍ଷେ ଆଜି ଦେଶରେ ରୁପା ମୂଲ୍ୟରେ ବି ହ୍ରାସ ରେକର୍ଡ କରାଯାଇଛି । ଆଜି ରୁପା ମୂଲ୍ୟରେ ୫୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୪୫୦ ଟଙ୍କା ରହିଛି । ଯାହା ଗତକାଲି ୪୮,୫୦୦ ଟଙ୍କା ଥିଲା ।
ଅନ୍ୟପଟେ ରାଜଧାନୀ ଭୁବନେଶ୍ୱରରେ ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଆସିନାହିଁ । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୫୦୦ ଟଙ୍କା ରହିଛି । ଗତକାଲି ମଧ୍ୟ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୫୦୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୩୭୦ ଟଙ୍କା ରହିଛି । ଯାହା ଗତକାଲି ୪୫,୩୭୦ ଟଙ୍କା ରହିଥିଲା ।
ଅନ୍ୟପକ୍ଷେ ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟରେ ସାମାନ୍ୟ ହ୍ରାସ ଦେଖାଦେଇଛି । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୫୦ ଟଙ୍କା ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୪୫୦ ଟଙ୍କା ରହିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୫୦୦ ଟଙ୍କା ଥିଲା ।