ରେକର୍ଡ ସ୍ତରକୁ ଛୁଇଁଲା ସୁନା-ରୁପା ଦର
Advertisement
Article Detail0/zeeodisha/odisha681908

ରେକର୍ଡ ସ୍ତରକୁ ଛୁଇଁଲା ସୁନା-ରୁପା ଦର

ଅନ୍ୟପକ୍ଷେ ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟରେ ବୃଦ୍ଧି ଦେଖାଦେଇଛି । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୨୧୦୦ ଟଙ୍କା ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୫,୨୫୦ ଟଙ୍କା ରହିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୩,୧୫୦ ଟଙ୍କା ଥିଲା । 

ଡିଜାଇନ ଫଟୋ

ନୂଆଦିଲ୍ଲୀ: ସମଗ୍ର ବିଶ୍ୱ ସମେତ ଭାରତରେ କୋରୋନା ସଙ୍କଟ ଦେଖାଦେଇଛି । ଏହି ସମୟରେ ବଜାରରେ ଅସ୍ଥିରତା ଲାଗି ରହିଛି । ମୂଲ୍ୟବାନ ଧାତୁର ମୂଲ୍ୟରେ ମଧ୍ୟ ଅସ୍ଥିରତା ଲାଗି ରହିଛି । ଅନ୍ୟପକ୍ଷେ ଭାରତରେ ମଧ୍ୟ ଲକଡାଉନ୍ ଜାରି ରହିଛି । ଫଳରେ ସାରା ଦେଶରେ ସୁନା-ରୁପା ପରି ମୂଲ୍ୟବାନ ଧାତୁ ଦୋକାନ ବନ୍ଦ ରହିଛି । ଆଜି (ଗୁରୁବାର) ମୂଲ୍ୟବାନ ଧାତୁ ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଆଜି ସୁନା-ରୁପା ମୂଲ୍ୟରେ ବୃଦ୍ଧି ଦେଖାଦେଇଛି । ଦେଶରେ ୧୦ ଗ୍ରାମ ସୁନା ମୂଲ୍ୟରେ ୪୦୦ ଟଙ୍କା ବୃଦ୍ଧି ପାଇଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୬୦୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୬,୨୦୦ ଟଙ୍କା ଥିଲା । 

ଅନ୍ୟପକ୍ଷେ ଆଜି ଦେଶରେ ରୁପା ମୂଲ୍ୟରେ ମଧ୍ୟ ବୃଦ୍ଧି ରେକର୍ଡ କରାଯାଇଛି । ଆଜି ରୁପା ମୂଲ୍ୟରେ ୨୧୦୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୫,୨୫୦ ଟଙ୍କା ରହିଛି । ଯାହା ଗତକାଲି ୪୩,୧୫୦ ଟଙ୍କା ଥିଲା । 

ଅନ୍ୟପଟେ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ସୁନା ମୂଲ୍ୟରେ ସାମାନ୍ୟ ବୃଦ୍ଧି ଦେଖାଦେଇଛି । ଆଜି ସୁନା ଦର ୧୨୦ ଟଙ୍କା ବଢ଼ିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୮୭୦୦ ଟଙ୍କା ପହଞ୍ଚିଛି । ଗତକାଲି ମଧ୍ୟ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୭୫୦ ଟଙ୍କାରେ ବନ୍ଦ ହୋଇଥିଲା । ୧୧ କ୍ୟାରେଟ ସୁନା ମୂଲ୍ୟରେ ୧୨୦ ଟଙ୍କା ବୃଦ୍ଧି ପାଇଛି । ଫଳରେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୮୪୦ ଟଙ୍କା ରହିଛି । ଯାହା ଗତକାଲି ୪୪,୭୨୦ ଟଙ୍କା ରହିଥିଲା । 

ଅନ୍ୟପକ୍ଷେ ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟରେ ବୃଦ୍ଧି ଦେଖାଦେଇଛି । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୨୧୦୦ ଟଙ୍କା ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୫,୨୫୦ ଟଙ୍କା ରହିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୩,୧୫୦ ଟଙ୍କା ଥିଲା ।