ପୁଣି ଖସିଲା ସୁନା ଦର, ଜାଣନ୍ତୁ ଆଜିର ରେଟ୍
Advertisement
Article Detail0/zeeodisha/odisha670358

ପୁଣି ଖସିଲା ସୁନା ଦର, ଜାଣନ୍ତୁ ଆଜିର ରେଟ୍

ଅନ୍ୟପକ୍ଷେ ଭୁବନେଶ୍ୱରରେ ରୁପା ମୂଲ୍ୟରେ ମଧ୍ୟ ୧,୫୪୦ ଟଙ୍କାର ବୃଦ୍ଧି ରେକର୍ଡ ହୋଇଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୨,୭୦୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୧୬୦ ଟଙ୍କା ଥିଲା । 

ପୁଣି ଖସିଲା ସୁନା ଦର, ଜାଣନ୍ତୁ ଆଜିର ରେଟ୍

ନୂଆଦିଲ୍ଲୀ: କୋରୋନା ସଙ୍କଟ ମଧ୍ୟରେ ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁର ଦରରେ ହ୍ରାସ-ବୃଦ୍ଧି ଲାଗି ରହିଛି । ଫଳରେ ଏହାର ପ୍ରଭାବ ଭାରତରେ ମଧ୍ୟ ଦେଖାଦେଉଛି । ଅନ୍ୟପକ୍ଷେ ଦେଶରେ ଲକଡାଉନ୍ ଜାରି ରହିଛି । ଫଳରେ ସାରା ଦେଶରେ ସୁନା-ରୁପା ପରି ମୂଲ୍ୟବାନ ଧାତୁ ଦୋକାନ ବନ୍ଦ ରହିଛି । ଅନ୍ୟପଟେ ସୁନା-ରୁପା ମୂଲ୍ୟରେ ହ୍ରାସ ଘଟିଛି । ଆଜି(ସୋମବାର) ଦେଶରେ ସୁନା ମୂଲ୍ୟରେ ୯୦୦ଟଙ୍କାର ହ୍ରାସ ରେକର୍ଡ କରାଯାଇଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୩,୧୨୦ ଟଙ୍କା ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୪୩,୨୧୦ ଟଙ୍କାରେ ବନ୍ଦ ହୋଇଥିଲା । 

ଅନ୍ୟପଟେ ଆଜି ରୁପା ମୂଲ୍ୟରେ ବୃଦ୍ଧି ଦେଖାଦେଇଛି । ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୧,୫୪୦ ଟଙ୍କାର ବୃଦ୍ଧ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୨,୭୦୦ ଟଙ୍କା ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୧୬୦ ଟଙ୍କା ଥିଲା । 

ସେହିପରି ଆଜି ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ସୁନା ମୂଲ୍ୟରେ ହ୍ରାସ ଘଟିଛି । ଆଜି ଭୁବନେଶ୍ୱରରେ ସୁନା ମୂଲ୍ୟରେ ୯୦୦ ଟଙ୍କା ହ୍ରାସ ପାଇଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୧୨୦ ଟଙ୍କା ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୪୪,୨୧୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି  ୨୨ କ୍ୟାରେଟ ୧୦ ଗ୍ରାମ ସୁନା ୪୦,୪୩୦ ଟଙ୍କା ରହିଛି । ଯାହା ଗତକାଲି ୪୦,୫୨୦ ଟଙ୍କା ରହିଥିଲା । 

ଅନ୍ୟପକ୍ଷେ ଭୁବନେଶ୍ୱରରେ ରୁପା ମୂଲ୍ୟରେ ମଧ୍ୟ ୧,୫୪୦ ଟଙ୍କାର ବୃଦ୍ଧି ରେକର୍ଡ ହୋଇଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୨,୭୦୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୧୬୦ ଟଙ୍କା ଥିଲା । 

;