ସୁନା-ରୁପା ମୂଲ୍ୟରେ ବଡ଼ ପରିବର୍ତ୍ତନ
Advertisement

ସୁନା-ରୁପା ମୂଲ୍ୟରେ ବଡ଼ ପରିବର୍ତ୍ତନ

ଅନ୍ୟପଟେ ଆଜି ରୁପା ମୂଲ୍ୟରେ ବୃଦ୍ଧି ଦେଖାଦେଇଛି । ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୧,୦୧୦ ଟଙ୍କାର ବୃଦ୍ଧ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୨,୪୨୦ ଟଙ୍କା ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୪୧୦ ଟଙ୍କା ଥିଲା । 

ସୁନା-ରୁପା ମୂଲ୍ୟରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ: କୋରୋନା ସଙ୍କଟ ମଧ୍ୟରେ ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁର ଦରରେ ହ୍ରାସ-ବୃଦ୍ଧି ଲାଗି ରହିଛି । ଫଳରେ ଏହାର ପ୍ରଭାବ ଭାରତରେ ମଧ୍ୟ ଦେଖାଦେଉଛି । ଅନ୍ୟପକ୍ଷେ ଦେଶରେ ଲକଡାଉନ୍ ଜାରି ରହିଛି । ଫଳରେ ସାରା ଦେଶରେ ସୁନା-ରୁପା ପରି ମୂଲ୍ୟବାନ ଧାତୁ ଦୋକାନ ବନ୍ଦ ରହିଛି । ଅନ୍ୟପଟେ ଆଜି(ଗୁରୁବାର) ମୂଲ୍ୟବାନ ଧାତୁ ମୂଲ୍ୟରେ ବୃଦ୍ଧି ଦେଖାଦେଇଛି । ଦେଶରେ ସୁନା ମୂଲ୍ୟରେ ୭୧୦ ଟଙ୍କାର ବୃଦ୍ଧି ରେକର୍ଡ କରାଯାଇଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୭୧୦ ଟଙ୍କା ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୪୪,୦୦୦ ଟଙ୍କାରେ ବନ୍ଦ ହୋଇଥିଲା । 

ଅନ୍ୟପଟେ ଆଜି ରୁପା ମୂଲ୍ୟରେ ବୃଦ୍ଧି ଦେଖାଦେଇଛି । ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୧,୦୧୦ ଟଙ୍କାର ବୃଦ୍ଧ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୨,୪୨୦ ଟଙ୍କା ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୪୧୦ ଟଙ୍କା ଥିଲା । 

ସେହିପରି ଆଜି ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ସୁନା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଆଜି ଭୁବନେଶ୍ୱରରେ ସୁନା ମୂଲ୍ୟରେ ୫୨୦ ଟଙ୍କା ବୃଦ୍ଧି ପାଇଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୩୦୦ ଟଙ୍କା ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୪୪,୭୮୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ୪୧,୬୬୦ ଟଙ୍କା ରହିଛି । ଯାହା ଗତକାଲି ୪୧,୦୫୦ ଟଙ୍କା ରହିଥିଲା । 

ଅନ୍ୟପକ୍ଷେ ଭୁବନେଶ୍ୱରରେ ରୁପା ମୂଲ୍ୟରେ ମଧ୍ୟ ୧,୦୧୦ ଟଙ୍କାର ବୃଦ୍ଧି ରେକର୍ଡ ହୋଇଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୨,୪୨୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୪୧୦ ଟଙ୍କା ଥିଲା ।