ଅନ୍ୟପକ୍ଷେ ଆଜି ଦେଶରେ ରୁପା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଆଜି ରୁପା ମୂଲ୍ୟରେ ୭୦୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୭୦୦ ଟଙ୍କା ରହିଛି । ଯାହା ଗତକାଲି ୪୮,୦୦୦ ଟଙ୍କା ଥିଲା ।
Trending Photos
ନୂଆଦିଲ୍ଲୀ: ସାରା ବିଶ୍ୱ ସମେତ ଭାରତରେ କୋରୋନା ସଙ୍କଟ ଜାରି ରହିଛି । ଏହା ପ୍ରଭାବକୁ ରୋକିବା ପାଇଁ ଅଧିକାଂଶ ଦେଶରେ ଲକଡାଉନ୍ କରାଯାଇଛି । ଭାରତରେ ମଧ୍ୟ ୨ ମାସରୁ ଅଧିକ ସମୟ ଧରି ଲକଡାଉନ୍ ଜାରି ରହିଛି । ଫଳରେ ମୂଲ୍ୟବାନ ଧାତୁ ଦୋକାନ ଗୁଡ଼ିକ ବନ୍ଦ ରହିଛି । ଆଜି(ମଙ୍ଗଳବାର) ମୂଲ୍ୟବାନ ଧାତୁ ମୂଲ୍ୟରେ ହ୍ରାସ-ବୃଦ୍ଧି ରେକର୍ଡ କରାଯାଇଛି । ଆଜି ସୁନା ମୂଲ୍ୟରେ ହ୍ରାସ ଦେଖାଦେଇଥିବା ବେଳେ ରୁପା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଦେଶରେ ୧୦ ଗ୍ରାମ ସୁନା ମୂଲ୍ୟରେ ୧୦୦ ଟଙ୍କା ଖସିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୯୦୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୭,୦୦୦ ଟଙ୍କା ଥିଲା ।
ଅନ୍ୟପକ୍ଷେ ଆଜି ଦେଶରେ ରୁପା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ଆଜି ରୁପା ମୂଲ୍ୟରେ ୭୦୦ ଟଙ୍କାର ବୃଦ୍ଧି ଦେଖାଦେଇଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୭୦୦ ଟଙ୍କା ରହିଛି । ଯାହା ଗତକାଲି ୪୮,୦୦୦ ଟଙ୍କା ଥିଲା ।
ଅନ୍ୟପଟେ ରାଜଧାନୀ ଭୁବନେଶ୍ୱରରେ ସୁନା ମୂଲ୍ୟରେ ମଧ୍ୟ ହ୍ରାସ ଘଟିଛି । ଆଜି ସୁନା ମୂଲ୍ୟରେ ୧୪୦ ଟଙ୍କା ହ୍ରାସ ପାଇଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୦୧୦ ଟଙ୍କା ପହଞ୍ଚିଛି । ଗତକାଲି ମଧ୍ୟ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୧୫୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୧୧ କ୍ୟାରେଟ ସୁନା ମୂଲ୍ୟରେ ମଧ୍ୟ ୨୧୦ ଟଙ୍କା ହ୍ରାସ ପାଇଛି । ଫଳରେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୨୩୦ ଟଙ୍କା ରହିଛି । ଯାହା ଗତକାଲି ୪୫,୪୪୦ ଟଙ୍କା ରହିଥିଲା ।
ଅନ୍ୟପକ୍ଷେ ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟରେ ବୃଦ୍ଧି ଦେଖାଦେଇଛି । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୭୦୦ ଟଙ୍କା ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୭୦୦ ଟଙ୍କା ରହିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୦୦୦ ଟଙ୍କା ଥିଲା ।