Advertisement
Article Detail0/zeeodisha/odisha691011
Zee OdishaOdisha National-Internationalସୁନା-ରୁପା ମୂଲ୍ୟରେ ବଡ଼ ଧରଣର ହ୍ରାସ

ସୁନା-ରୁପା ମୂଲ୍ୟରେ ବଡ଼ ଧରଣର ହ୍ରାସ

ଅନ୍ୟପକ୍ଷେ ଆଜି ଦେଶରେ ରୁପା ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି । ଆଜି ରୁପା ମୂଲ୍ୟରେ ୪୦୦ ଟଙ୍କାର ହ୍ରାସ ଦେଖାଦେଇଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୫୦୦ ଟଙ୍କା ରହିଛି । ଯାହା ଗତକାଲି ୪୮,୯୦୦ ଟଙ୍କା ଥିଲା । 

ଡିଜାଇନ୍ ଫଟୋ
ଡିଜାଇନ୍ ଫଟୋ

ନୂଆଦିଲ୍ଲୀ: ସାରା ବିଶ୍ୱରେ କୋରୋନା ସଙ୍କଟ ଜାରି ରହିଛି । ଏହା ପ୍ରଭାବକୁ ରୋକିବା ପାଇଁ ଅଧିକାଂଶ ଦେଶରେ ଲକଡାଉନ୍ କରାଯାଇଛି । ଭାରତରେ ମଧ୍ୟ ୨ ମାସରୁ ଅଧିକ ସମୟ ଧରି ଲକଡାଉନ୍ ଜାରି ରହିଛି । ବର୍ତ୍ତମାନ ଲକଡାଉନକୁ ହଟାଇବା ପାଇଁ ମୋଦି ସରକାର ନୂଆ ଯୋଜନା ଆରମ୍ଭ କରିଛନ୍ତି । ଏହି ସମୟରେ ଦେଶରେ ସୁନା-ରୁପା ପରି ମୂଲ୍ୟବାନ ଧାତୁର ଦୋକାନ ମଧ୍ୟ ଖୋଲାଯାଉଛି । ଆଜି(ଗୁରୁବାର) ମୂଲ୍ୟବାନ ଧାତୁର ମୂଲ୍ୟରେ ହ୍ରାସ ଘଟିଛି । ଆଜି ସୁନା ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି । ଦେଶରେ ୧୦ ଗ୍ରାମ ସୁନା ମୂଲ୍ୟରେ ୮୦୦ ଟଙ୍କା ଖସିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୧୦୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୬,୯୦୦ ଟଙ୍କା ଥିଲା । 

ଅନ୍ୟପକ୍ଷେ ଆଜି ଦେଶରେ ରୁପା ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି । ଆଜି ରୁପା ମୂଲ୍ୟରେ ୪୦୦ ଟଙ୍କାର ହ୍ରାସ ଦେଖାଦେଇଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୫୦୦ ଟଙ୍କା ରହିଛି । ଯାହା ଗତକାଲି ୪୮,୯୦୦ ଟଙ୍କା ଥିଲା । 

ଅନ୍ୟପଟେ ରାଜଧାନୀ ଭୁବନେଶ୍ୱରରେ ସୁନା ମୂଲ୍ୟରେ ମଧ୍ୟ ସାମାନ୍ୟ ହ୍ରାସ ଘଟିଛି । ଆଜି ସୁନା ମୂଲ୍ୟରେ ୧୪୦ ଟଙ୍କା ହ୍ରାସ ପାଇଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୬୪୦ ଟଙ୍କା ପହଞ୍ଚିଛି । ଗତକାଲି ମଧ୍ୟ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୭୮୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୧୧ କ୍ୟାରେଟ ସୁନା ମୂଲ୍ୟରେ ମଧ୍ୟ ୧୨୦ ଟଙ୍କା ହ୍ରାସ ପାଇଛି । ଫଳରେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୫୬୦ ଟଙ୍କା ରହିଛି । ଯାହା ଗତକାଲି ୪୪,୬୮୦ ଟଙ୍କା ରହିଥିଲା । 

Add Zee News as a Preferred Source

ଅନ୍ୟପକ୍ଷେ ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟରେ ହ୍ରାସ ଦେଖାଦେଇଛି । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୪୦୦ ଟଙ୍କା ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୫୦୦ ଟଙ୍କା ରହିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୯୦୦ ଟଙ୍କା ଥିଲା । 

About the Author