)
ନୂଆଦିଲ୍ଲୀ: କୋରୋନା ସଙ୍କଟ ଯୋଗୁଁ ଅନ୍ତର୍ଜାତୀୟ ବଜାରରେ ଅସ୍ଥିରତା ଲାଗି ରହିଛି । ଏହାସହ ମୂଲ୍ୟବାନ ଧାତୁର ଦରରେ ମଧ୍ୟ ହ୍ରାସ-ବୃଦ୍ଧି ଦେଖାଦେଉଛି । ଫଳରେ ଏହାର ପ୍ରଭାବ ଘରୋଇ ବଜାରରେ ମଧ୍ୟ ଦେଖିବାକୁ ମିଳୁଛି । ଦେଶରେ ମଧ୍ୟ ଲକଡାଉନ୍ ଜାରି ରହିଛି । ଫଳରେ ସାରା ଦେଶରେ ସୁନା-ରୁପା ପରି ମୂଲ୍ୟବାନ ଧାତୁ ଦୋକାନ ବନ୍ଦ ରହିଛି । ଅନ୍ୟପଟେ ଆଜି(ମଙ୍ଗଳବାର) ମୂଲ୍ୟବାନ ଧାତୁ ମୂଲ୍ୟରେ ପୁଣି ହ୍ରାସ ଦେଖାଦେଇଛି । ଦେଶରେ ୧୦ ଗ୍ରାମ ସୁନା ମୂଲ୍ୟରେ ୯୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୪୦୦ ଟଙ୍କା ରହିଛି । ଗତକାଲି ଏହାର ମୂଲ୍ୟ ୪୬,୩୦୦ ଟଙ୍କା ଥିଲା ।
ସେହିପରି ଆଜି ଦେଶରେ ରୁପା ମୂଲ୍ୟରେ ମଧ୍ୟ ହ୍ରାସ ଦେଖାଦେଇଛି । ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୨୦୦ ଟଙ୍କା ଖସିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୩୦୦ ଟଙ୍କା ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୫୦୦ ଟଙ୍କା ଥିଲା ।
ଅନ୍ୟପଟେ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ସୁନା ମୂଲ୍ୟରେ ବୃଦ୍ଧି ଦେଖାଦେଇଛି । ଆଜି ଭୁବନେଶ୍ୱରରେ ସୁନା ମୂଲ୍ୟରେ ୫୦ ଟଙ୍କା ବୃଦ୍ଧି ପାଇଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୬୦୦ ଟଙ୍କା ପହଞ୍ଚିଛି । ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୪୬,୫୫୦ ଟଙ୍କାରେ ବନ୍ଦ ହୋଇଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୧୫୦ ଟଙ୍କା ବଢ଼ିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୩,୯୦୦ ଟଙ୍କା ରହିଛି । ଯାହା ଗତକାଲି ୪୩,୭୫୦ ଟଙ୍କା ରହିଥିଲା ।
ଅନ୍ୟପକ୍ଷେ ଭୁବନେଶ୍ୱରରେ ରୁପା ମୂଲ୍ୟରେ ୨୦୦ ଟଙ୍କା ଖସିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୩୦୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୧,୫୦୦ ଟଙ୍କା ଥିଲା ।