Advertisement
Article Detail0/zeeodisha/odisha691920
Zee OdishaOdisha National-Internationalପୁଣି କମିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

ପୁଣି କମିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍

ଅନ୍ୟପକ୍ଷେ ଆଜି ଦେଶରେ ରୁପା ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି । ଆଜି ରୁପା ମୂଲ୍ୟରେ ୧୦୮୦ ଟଙ୍କାର ହ୍ରାସ ଦେଖାଦେଇଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୭,୪୦୦ ଟଙ୍କା ରହିଛି । ଯାହା ଗତକାଲି ୪୮,୪୮୦ ଟଙ୍କା ଥିଲା । 

ଡିଜାଇନ୍ ଫଟୋ
ଡିଜାଇନ୍ ଫଟୋ

ନୂଆଦିଲ୍ଲୀ: କୋରୋନା ସଙ୍କଟ ଯୋଗୁଁ ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁର ମୂଲ୍ୟରେ ହ୍ରାସ ବୃଦ୍ଧି ଲାଗି ରହିଛି । ଯାହାର ପ୍ରଭାବ ଘରୋଇ ବଜାରରେ ମଧ୍ୟ ଦେଖିବାକୁ ମିଳୁଛି । ଆଜି(ଶନିବାର) ମୂଲ୍ୟବାନ ଧାତୁର ମୂଲ୍ୟରେ ହ୍ରାସ ଘଟିଛି । ଆଜି ସୁନା ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି । ଦେଶରେ ୧୦ ଗ୍ରାମ ସୁନା ମୂଲ୍ୟରେ ୩୮୦ ଟଙ୍କା ଖସିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୬୨୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଏହାର ମୂଲ୍ୟ ୪୬,୦୦୦ ଟଙ୍କା ଥିଲା । 

ଅନ୍ୟପକ୍ଷେ ଆଜି ଦେଶରେ ରୁପା ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି । ଆଜି ରୁପା ମୂଲ୍ୟରେ ୧୦୮୦ ଟଙ୍କାର ହ୍ରାସ ଦେଖାଦେଇଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୭,୪୦୦ ଟଙ୍କା ରହିଛି । ଯାହା ଗତକାଲି ୪୮,୪୮୦ ଟଙ୍କା ଥିଲା । 

ଅନ୍ୟପଟେ ରାଜଧାନୀ ଭୁବନେଶ୍ୱରରେ ସୁନା ମୂଲ୍ୟରେ ମଧ୍ୟ ହ୍ରାସ ଘଟିଛି । ଆଜି ସୁନା ମୂଲ୍ୟରେ ୪୮୦ ଟଙ୍କା ହ୍ରାସ ପାଇଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୩୫୦ ଟଙ୍କା ପହଞ୍ଚିଛି । ଗତକାଲି ମଧ୍ୟ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୮୩୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପକ୍ଷେ ୧୧ କ୍ୟାରେଟ ସୁନା ମୂଲ୍ୟରେ ମଧ୍ୟ ୪୮୦ ଟଙ୍କା ହ୍ରାସ ପାଇଛି । ଫଳରେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୨୭୦ ଟଙ୍କା ରହିଛି । ଯାହା ଗତକାଲି ୪୪,୭୫୦ ଟଙ୍କା ରହିଥିଲା । 

Add Zee News as a Preferred Source

ଅନ୍ୟପକ୍ଷେ ଭୁବନେଶ୍ୱରରେ ମଧ୍ୟ ରୁପା ମୂଲ୍ୟରେ ହ୍ରାସ ଦେଖାଦେଇଛି । ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟରେ ୧୦୮୦ ଟଙ୍କା ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୭,୪୦୦ ଟଙ୍କା ରହିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୪୮୦ ଟଙ୍କା ଥିଲା । 

About the Author