ଅନ୍ୟପକ୍ଷେ ଭୁବନେଶ୍ୱରରେ ରୁପା ମୂଲ୍ୟ ମଧ୍ୟ ୫୦ ବଢ଼ିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୨,୦୫୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୨,୦୦୦ ଟଙ୍କା ଥିଲା ।
Trending Photos
)
ନୂଆଦିଲ୍ଲୀ: କୋରୋନା ସଙ୍କଟ ଯୋଗୁଁ ଅନ୍ତର୍ଜାତୀୟ ବଜାରରେ ଅସ୍ଥିରତା ଲାଗି ରହିଛି । ଏହାସହ ମୂଲ୍ୟବାନ ଧାତୁର ଦରରେ ମଧ୍ୟ ହ୍ରାସ-ବୃଦ୍ଧି ଦେଖାଦେଉଛି । ଫଳରେ ଏହାର ପ୍ରଭାବ ଘରୋଇ ବଜାରରେ ମଧ୍ୟ ଦେଖିବାକୁ ମିଳୁଛି । ଦେଶରେ ମଧ୍ୟ ଲକଡାଉନ୍ ଜାରି ରହିଛି । ଫଳରେ ସାରା ଦେଶରେ ସୁନା-ରୁପା ପରି ମୂଲ୍ୟବାନ ଧାତୁ ଦୋକାନ ବନ୍ଦ ରହିଛି । ଅନ୍ୟପଟେ ଆଜି(ଗୁରୁବାର) ମୂଲ୍ୟବାନ ଧାତୁ ମୂଲ୍ୟରେ ପୁଣି ବୃଦ୍ଧି ଘଟିଛି । ଦେଶରେ ୧୦ ଗ୍ରାମ ସୁନା ମୂଲ୍ୟ ୨୫୦ ଟଙ୍କା ବଢ଼ିଛି । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୭୦୦ ଟଙ୍କା ରହିଛି । ଗତକାଲି ଏହାର ମୂଲ୍ୟ ୪୫,୪୫୦ ଟଙ୍କା ଥିଲା ।
ସେହିପରି ଆଜି ଦେଶରେ ରୁପା ମୂଲ୍ୟ ମଧ୍ୟ ବଢ଼ିଛି । ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୦ ଟଙ୍କା ବଢ଼ିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୨,୦୫୦ ଟଙ୍କା ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୨,୦୦୦ ଟଙ୍କା ଥିଲା ।
ଅନ୍ୟପଟେ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଆସିନାହିଁ । ଫଳରେ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୯୦୦ ଟଙ୍କା ପହଞ୍ଚିଛି । ଗତକାଲି ମଧ୍ୟ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୯୦୦ ଟଙ୍କାରେ ବନ୍ଦ ହୋଇଥିଲା । ୧୧ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୪,୧୪୦ ଟଙ୍କା ରହିଛି । ଯାହା ଗତକାଲି ୪୪,୧୪୦ ଟଙ୍କା ରହିଥିଲା ।
ଅନ୍ୟପକ୍ଷେ ଭୁବନେଶ୍ୱରରେ ରୁପା ମୂଲ୍ୟ ମଧ୍ୟ ୫୦ ବଢ଼ିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୨,୦୫୦ ଟଙ୍କାକୁ ପହଞ୍ଚିଛି । ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୨,୦୦୦ ଟଙ୍କା ଥିଲା ।