ଏପର୍ଯ୍ୟନ୍ତ ଦେଶରେ ୧ଲକ୍ଷ ୨୫ ହଜାର ୧୦୧ ଜଣ ଆକ୍ରାନ୍ତ ଚିହ୍ନଟ ହେଲେଣି । ତେବେ ଏମାନଙ୍କ ମଧ୍ୟରୁ ୩୭୨୦ ଜଣଙ୍କ ମୃତ୍ୟୁ ମଧ୍ୟ ହେଲାଣି ।
Trending Photos
ନୂଆଦିଲ୍ଲୀ: ଭାରତରେ ଏବେ କୋରୋନା ଭୟଙ୍କର ରୂପ ଧାରଣ କରିବାକୁ ବସିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟାରେ ବ୍ୟାପକ ବୃଦ୍ଧି ହେଉଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୬୫୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦିନକରେ ଏତେ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ହେବାରେ ଏହା ପ୍ରଥମ ଘଟଣା । ସେହିପରି ୧୩୭ ଜଣଙ୍କ ମୃତ୍ୟୁ ମଧ୍ୟ ହୋଇଛି । କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ସୂଚନା ମିଳିଛି ।
ଏପର୍ଯ୍ୟନ୍ତ ଦେଶରେ ୧ଲକ୍ଷ ୨୫ ହଜାର ୧୦୧ ଜଣ ଆକ୍ରାନ୍ତ ଚିହ୍ନଟ ହେଲେଣି । ତେବେ ଏମାନଙ୍କ ମଧ୍ୟରୁ ୩୭୨୦ ଜଣଙ୍କ ମୃତ୍ୟୁ ମଧ୍ୟ ହେଲାଣି । ଏବେ ୬୯୫୯୭ଟି ଆକ୍ଟିଭ କେସ ରହିଛି । ଅନ୍ୟମାନେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ତେବେ ବର୍ତ୍ତମାନ ଯେଉଁ ଗତିରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଛି, ଆଗକୁ ଏହା ତାଣ୍ଡବ ରଚିପାରେ । କୋରୋନାକୁ ନିୟନ୍ତ୍ରଣକୁ ଆଣିବା ସରକାରଙ୍କ ପାଇଁ ଆଗକୁ ବଡ଼ ଚ୍ୟାଲେଞ୍ଜ ଭାବେ ଉଭା ହେବ ।
Highest ever spike of 6654 #COVID19 cases, & 137 deaths in India in the last 24 hours. Total number of cases in the country now at 125101, including 69597 active cases and 3720 deaths: Ministry of Health and Family Welfare pic.twitter.com/E47OgUaggC
— ANI (@ANI) May 23, 2020
ଏବେ ନଜର ପକାଇବା ବିଶ୍ୱବ୍ୟାପୀ କୋରୋନା ସ୍ଥିତି ଉପରେ । ସମଗ୍ର ବିଶ୍ୱରେ ଏବେ ଆକ୍ରାନ୍ତଙ୍କ ସଂଖ୍ୟା ୫୩ଲକ୍ଷ ୪ହଜାର ୩୫୫ରେ ପହଞ୍ଚିଛି । ସେହିପରି ୩ଲକ୍ଷ ୪୦ ହଜାର ୪ଜଣଙ୍କ ମୃତ୍ୟୁ ହେଲାଣି । ଅନ୍ୟପଟେ ୨୧ ଲକ୍ଷ ୫୮ ହଜାର ୫୮୭ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି ।