ଜାଣନ୍ତୁ କେଉଁ ରାଶିର ବ୍ୟକ୍ତିଙ୍କ ପାଇଁ ଶୁଭ ରହିବ ବୁଧବାର

Horoscope of September 15: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହି ବୁଧବାର...

ଜାଣନ୍ତୁ କେଉଁ ରାଶିର ବ୍ୟକ୍ତିଙ୍କ ପାଇଁ ଶୁଭ ରହିବ ବୁଧବାର

Horoscope of September 15: ମେଷ- ଦେହ ଆରୋଗ୍ୟ ରହିବ । ପ୍ରତ୍ୟେକ କାର୍ଯ୍ୟ ସୂଚାରୁ ରୂପେ ସଂପାଦନ କରିବେ । କର୍ମକ୍ଷେତ୍ରରେ ଉଚ୍ଚ ପଦାଧିଙ୍କ ଠାରୁ ପ୍ରଶଂସା ପାଇବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ହେବ । ଆୟ ଓ ବ୍ୟୟ ପ୍ରାୟ ସମାନ ରହିବ । ବ୍ୟବସାୟ ଉତ୍ତମ ହେବ ।

ବୃଷ- ଈଶ୍ୱର ବିଶ୍ୱାସୀ ହେବେ । ଦାନ ଧର୍ମ ପ୍ରତି ମନ ବଳିବ । ଆରୋଗ୍ୟ ଲାଭ କରିବେ । କର୍ମକ୍ଷେତ୍ରରେ କାର୍ଯ୍ୟଭାର ବୃଦ୍ଧି ପାଇବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନୋନିବେଶ କରିବେ । ବ୍ୟାଙ୍କ ଓ ବୀମା କର୍ମଚାରୀଙ୍କ ପାଇଁ ଦିନଟି ଶୁଭ ଅଟେ ।  

ମିଥୁନ- ଶରୀର ସୁସ୍ଥ ରହିବ । ଧର୍ମ କାର୍ଯ୍ୟ ପ୍ରତି ଆଗ୍ରହୀ ହେବେ । ଆୟ ବ୍ୟୟ ପ୍ରାୟ ସମାନ ରହିବ । ପାରିବାରିକ ଜୀବନ ସମୃଦ୍ଧ ହେବ । ଶରୀର ସୁସ୍ଥ ରହିବ । କର୍ମକ୍ଷେତ୍ରରେ ପରିବେଶ ଅନୁକୂଳ ରହିବ ।

କର୍କଟ- ସାମାନ୍ୟ ଶରୀର ପୀଡା ଦେଖାଦେବ । ଆଜି ଆପଣ ନାନା ସମସ୍ୟାରେ ଜଡିତ ହେବେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ଈର୍ଷାର ଶିକାର ହେବେ । ପାରିବାରିକ ଜୀବନରେ ଭୁଲ ବୁଝାମଣା ଦେଖାଦେବ ।  

ସିଂହ- ଦେହ ଓ ମନ ଭଲ ରହିବ । ଈଶ୍ୱରଙ୍କ ପ୍ରତି ଆସ୍ଥା ବଢିବ । ଆୟ ତୁଳନାରେ ବ୍ୟୟ ଅଧିକ ହେବ । କାର୍ଯ୍ୟାଳୟରେ ପାରଦର୍ଶିତା ଦେଖାଇବେ । ପାରିବାରିକ ଜୀବନ ସୁଖମୟ ହେବ ।  

କନ୍ୟା- ମାନସିକ ଓ ଶାରୀରିକ ସୁସ୍ଥତା ଲାଭ କରିବେ । ପୂଜା ଆରଧନାରେ ସମୟ କାଟିବେ । ପ୍ରତ୍ୟେକ କାର୍ଯ୍ୟରେ ଆତ୍ମସନ୍ତୋଷ ଲାଭ କରିବେ । ପାରିବାରିକ ଜୀବନ ହେବ । ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ ।  

ତୁଳା- ଶରୀର ଅସୁସ୍ଥ ରହିବ । କୌଣସି ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ । କର୍ମକ୍ଷେତ୍ରରେ ସମସ୍ୟା ସୃଷ୍ଟିହେବ । ଆୟ ବ୍ୟୟ ସମାନ ରହିବ । ଦୂର ସଂପର୍କୀୟଙ୍କ ସାହାଯ୍ୟ ମିଳିବ । 

ବିଛା- ମନ ପ୍ରଫୁଲ୍ଲ୍ ରହିବ । ଅଧିକ ଶ୍ରମ ଜନିତ କ୍ଲାନ୍ତି ଅନୁଭବ କରିବେ । ଆୟ ଅବ୍ୟାହତ ରହିବ । ପାରିବାରିକ ସ୍ନେହ ଶ୍ରଦ୍ଧା ମିଳିବ । ମୂଲ୍ୟବାନ ଦ୍ରବ୍ୟ ପ୍ରାପ୍ତି ହେବ ।

ଧନୁ- ଦେହ ଭଲ ରହିବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇବେ । ଆୟ ଓ ବ୍ୟୟ ସମାନ ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ନୂତନ ଯୋଜନା ପାଇଁ ବିଚାର ବିମର୍ଶ ଲୋଡିବେ ।

ମକର- ମାନସିକ ଶାନ୍ତି ଫେରି ପାଇବେ । ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ । କାର୍ଯ୍ୟାଳୟର ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ପାରିବାରିକ ଜୀବନ ହର୍ଷଉଲ୍ଲାସ ଭରା ରହିବ ।  

କୁମ୍ଭ- ସ୍ୱାସ୍ଥ୍ୟ ଜନିତ ସମସ୍ୟା ଉପୁଜିବ । ପୂଜା ଆରାଧନାରେ ମନ ନିବେଶ କରିବେ । କର୍ମକ୍ଷେତ୍ରରେ କର୍ମ ଚାପ ବଢିଯିବ । ପାରିବାରିକ ଜୀବନରେ ନିରାଶ ହୋଇପାରନ୍ତି । ବ୍ୟବସାୟ ପ୍ରତିଯୋଗିତା ପୂର୍ଣ୍ଣ ହେବ ।  

ମୀନ- କର୍ମ ତତ୍ପରତା ପ୍ରକାଶ ପାଇବ । ସୁଖ ସମ୍ମାନର ଅଧିକାରୀ ହେବେ । ଉଚ୍ଚ ଆଶା ସଫଳ ହେବ । ରାଜନୈତିକ ବ୍ୟକ୍ତି ବିଶେଷଙ୍କର ପତିଆର ବୃଦ୍ଧି ପାଇବ ।

ଅଧିକ ପଢ଼ନ୍ତୁ:-ଋଷ ସହିତ ଆରମ୍ଭ ହୋଇପାରେ ଯୁଦ୍ଧ, ଏହି ପଡୋଶୀ ଦେଶର ରାଷ୍ଟ୍ରପତି ଦେଲେ ବଡ଼ ବୟାନ

ଅଧିକ ପଢ଼ନ୍ତୁ:-ଲଘୁଚାପର ପ୍ରଭାବ, ଆଜି ଏସବୁ ଜିଲ୍ଲାରେ ପ୍ରବଳ ବର୍ଷିବ!

ଅଧିକ ପଢ଼ନ୍ତୁ:-କୋରୋନା ମାମଲାରେ ଆସିଲା ବଡ଼ ଆଶ୍ୱସ୍ତିକର ଖବର

ଅଧିକ ପଢ଼ନ୍ତୁ:-ଆଫଗାନିସ୍ତାନକୁ ୪୭୦ କୋଟି ଟଙ୍କାର ଆର୍ଥିକ ସହାୟତା ଦେବ ଆମେରିକା, ମିଳିତ ଜାତିସଂଘ ଓ ନ୍ୟୁଜିଲ୍ୟାଣ୍ଡ ମଧ୍ୟ ସହାୟତା ପାଇଁ କଲେ ଘୋଷଣା

ଅଧିକ ପଢ଼ନ୍ତୁ:-ଜାରି ହେଲା ଆଜିର ଡିଜେଲ-ପେଟ୍ରୋଲର ନୂଆ ଦାମ୍, ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍