Advertisement
Article Detail0/zeeodisha/odisha695151
Zee OdishaOdisha National-Internationalଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ଟପିଲା

ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ଟପିଲା

ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୧୪୫୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦିନକରେ ଏତେ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ହେବାରେ ଏହା ପ୍ରଥମ ଘଟଣା ।

ପ୍ରତୀକାତ୍ମକ ଫଟୋ
ପ୍ରତୀକାତ୍ମକ ଫଟୋ

ନୂଆଦିଲ୍ଲୀ: ଦେଶରେ କୋରୋନା ସ୍ଥିତି ଗମ୍ଭୀର ହେବାରେ ଲାଗିଛି । ଅନଲକ 1.0 ପରେ ସ୍ଥିତି ଆହୁରି ଖରାପ ହେଉଛି । ଏବେ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ପାର କଲାଣି । ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ୧୦ ହଜାର ମୁହାଁ ହୋଇଛି । ଆକ୍ରାନ୍ତଙ୍କ ସଂଖ୍ୟାରେ ଟପ୍-4ରେ ଥିବା ଭାରତ ଖୁବଶୀଘ୍ର ଟପ-2କୁ ଯେ ଚାଲିଯିବ, ଏବେ ଏଭଳି କିଛି ଆଶଙ୍କା ପ୍ରକାଶ ପାଉଛି । 

ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୧୪୫୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦିନକରେ ଏତେ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ହେବାରେ ଏହା ପ୍ରଥମ ଘଟଣା । ସେହିପରି ଏହି ସମୟ ମଧ୍ୟରେ ୩୮୬ ଜଣ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ମଧ୍ୟ ହୋଇଛି । 

ଏବେ ଦେଶରେ ସମୁଦାୟ ୩ଲକ୍ଷ ୮ହଜାର ୯୯୩ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହେଲେଣି । ସେହିପରି ୮ ହଜାର ୮୮୪ ଜଣଙ୍କ ମୃତ୍ୟୁ ମଧ୍ୟ ହେଲାଣି । ତେବେ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଆକ୍ରାନ୍ତଙ୍କ ମଧ୍ୟରୁ ୧ଲକ୍ଷ ୫୪ ହଜାର ୩୩୦ ଜଣ ସୁସ୍ଥ ହେଲେଣି । ସେହିପରି ୧ଲକ୍ଷ ୪୫ ହଜାର ୭୭୯ଟି ଆକ୍ସିଭ କେସ ରହିଛି । କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ସୂଚନା ମିଳିଛି । 

About the Author