Advertisement
Article Detail0/zeeodisha/odisha2752176
Zee OdishaOdisha National-Internationalଭାରତ-ପାକିସ୍ତାନ ମଧ୍ୟରେ ଅସ୍ତ୍ରବିରତି ପାଇଁ ସହମତି

ଭାରତ-ପାକିସ୍ତାନ ମଧ୍ୟରେ ଅସ୍ତ୍ରବିରତି ପାଇଁ ସହମତି

US ବୈଦେଶିକ ସଚିବ ମାର୍କୋ ରୁବିଓ ମଧ୍ୟ  ଭାରତ-ପାକିସ୍ତାନ ଅସ୍ତ୍ରବିରତି ସହମତି ନେଇ ସୂଚନା ଦେଇଛନ୍ତି । ସେ ନିଜେ ଓ ଉପରାଷ୍ଟ୍ରପତି ଭାନ୍ସ ମଧ୍ୟସ୍ଥତା କରିଥିବା ସ୍ପଷ୍ଟ କରିଛନ୍ତି ।

ଭାରତ-ପାକିସ୍ତାନ ମଧ୍ୟରେ ଅସ୍ତ୍ରବିରତି ପାଇଁ ସହମତି

India-Pakistan Conflict: ଭାରତ-ପାକିସ୍ତାନ ମଧ୍ୟରେ ଅସ୍ତ୍ରବିରତି ପାଇଁ ସହମତି ପ୍ରକାଶ ପାଇଛି । ଏନେଇ ସୂଚନା ଦେଇଛନ୍ତି ବୈଦେଶିକ ସଚିବ ବିକ୍ରମ ମିଶ୍ରି । ଭାରତୀୟ ସମୟ ଆଜି ସଂଧ୍ୟା ୫ଟାରୁ ଅସ୍ତ୍ରବିରତି କରାଯାଇଥିବା କୁହାଯାଇଛି । ଉଭୟ 'ଜଳ, ସ୍ଥଳ ଓ ଆକାଶ ପଥରେ ଆକ୍ରମଣ ନ କରିବାକୁ ସହମତି । ଭାରତ ଏବଂ ପାକିସ୍ତାନ ଉଭୟ ଦେଶ ସହମତି ଜଣାଇଥିବା କହିଲେ ବିକ୍ରମ ମିଶ୍ରି । ଦୁଇ ଦେଶର DGMO ସ୍ତରୀୟ କଥାବାର୍ତ୍ତା ପରେ ସହମତି ବୋଲି କୁହାଯାଇଛି ।

US ବୈଦେଶିକ ସଚିବ ମାର୍କୋ ରୁବିଓ ମଧ୍ୟ  ଭାରତ-ପାକିସ୍ତାନ ଅସ୍ତ୍ରବିରତି ସହମତି ନେଇ ସୂଚନା ଦେଇଛନ୍ତି । ସେ ନିଜେ ଓ ଉପରାଷ୍ଟ୍ରପତି ଭାନ୍ସ ମଧ୍ୟସ୍ଥତା କରିଥିବା ସ୍ପଷ୍ଟ କରିଛନ୍ତି । ବିଗତ ୪୮ ଘଣ୍ଟାର ଆଲୋଚନା ପରେ ସଫଳତା ମିଳିଥିବା କୁହାଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ପାକିସ୍ତାନ ପ୍ରଧାନମନ୍ତ୍ରୀ ସରିଫଙ୍କ ସହ ଆଲୋଚନା ହୋଇଛି । ବୈଦେଶିକ ମନ୍ତ୍ରୀ ଜୟଶଙ୍କର, ପାକ୍ ସେନା ମୁଖ୍ୟ ମୁନିରଙ୍କ ସହ ଆଲୋଚନା କରାଯାଇଛି ।

 

Add Zee News as a Preferred Source
About the Author