ପୁଣି ଟେନସନ୍ ବଢ଼ାଇଲା କୋରୋନା! ଗତକାଲି ଅପେକ୍ଷା ଆଜି ବଢ଼ିଛି ସଂକ୍ରମିତଙ୍କ ସଂଖ୍ୟା
Advertisement

ପୁଣି ଟେନସନ୍ ବଢ଼ାଇଲା କୋରୋନା! ଗତକାଲି ଅପେକ୍ଷା ଆଜି ବଢ଼ିଛି ସଂକ୍ରମିତଙ୍କ ସଂଖ୍ୟା

Coronavirus in India: ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ ୪ କୋଟି ୩୩ ଲକ୍ଷ ୪୪ ହଜାର ୯୫୮ ସଂକ୍ରମିତ ମାମଲା ଚିହ୍ନଟ ହୋଇସାରିଛି । ସେହିପରି ଦେଶରେ ମୋଟ ୪ କୋଟି ୨୭ ଲକ୍ଷ ୩୬ ହଜାର ୨୭ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୮୩ ହଜାର ୯୯୦ କୋରୋନାର ସକ୍ରିୟ ମାମଲା ରହିଛି । 

ପୁଣି ଟେନସନ୍ ବଢ଼ାଇଲା କୋରୋନା! ଗତକାଲି ଅପେକ୍ଷା ଆଜି ବଢ଼ିଛି ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ: Coronavirus in India: ଭାରତରେ ପୁଣିଥରେ କୋରୋନାର ନୂଆ ମାମଲା ବଢ଼ିବାରେ ଲାଗିଛି । ଗୁରୁବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୩ ହଜାର ୩୧୩ ନୂତନ କୋରୋନା ମାମଲା (Coronavirus Case) ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୮ ସଂକ୍ରମିତଙ୍କର ମୃତ୍ୟୁ ମାମଲା (COVID-19 Deaths) ସାମ୍ନାକୁ ଆସିଛି । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୦,୯୭୨ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗୋଟିଏ ଦିନରେ ଦେଶରେ ୨,୩୦୩ ସକ୍ରିୟ ମାମଲାରେ ବୃଦ୍ଧି ଘଟିଛି । ଗତକାଲି କୋରୋନାର ୧୨,୨୪୯ ମାମଲା ଚିହ୍ନଟ ହୋଇଥିବାବେଳେ ଏହି ଭୂତାଣୁ ଯୋଗୁଁ ୧୩ ଜଣଙ୍କର ମୃତ୍ୟୁ ଘଟିଥିଲା ।

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ ୪ କୋଟି ୩୩ ଲକ୍ଷ ୪୪ ହଜାର ୯୫୮ ସଂକ୍ରମିତ ମାମଲା ଚିହ୍ନଟ ହୋଇସାରିଛି । ସେହିପରି ଦେଶରେ ମୋଟ ୪ କୋଟି ୨୭ ଲକ୍ଷ ୩୬ ହଜାର ୨୭ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୮୩ ହଜାର ୯୯୦ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୫ ଲକ୍ଷ ୨୪ ହଜାର ୯୪୧ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।

ଏହା ବି ପଢ଼ନ୍ତୁ:-ରାଷ୍ଟ୍ରପତି ନିର୍ବାଚନକୁ ଫେଲ୍ ମାରିଲା ​​ବିରୋଧୀଙ୍କ ରଣନୀତି! ଏହି କାରଣରୁ ଆହୁରି ବଢ଼ିଲା ସଙ୍କଟ

ଏହା ବି ପଢ଼ନ୍ତୁ:-ପିତା ଯଶୱନ୍ତଙ୍କୁ ନା ଦ୍ରୌପଦୀ ମୁର୍ମୁଙ୍କୁ; ଜାଣନ୍ତୁ କାହାକୁ ସମର୍ଥନ କରିବେ ବିଜେପି ସାଂସଦ ଜୟନ୍ତ ସିହ୍ନା

ଏହା ବି ପଢ଼ନ୍ତୁ:-ବିଜେପିର ଦୂର ହେଲା ଟେନସନ୍, ଓଡ଼ିଶାର ଝିଅ ମୁର୍ମୁଙ୍କ ବିଜୟ ସୁନିଶ୍ଚିତ!

 

ଦେଶରେ ଆଜି ମଧ୍ୟ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ହ୍ରାସ ଦେଖାଦେଇଛି । ଜୁନ ୨୨ ପର୍ଯ୍ୟନ୍ତ ସାରା ଦେଶରେ ୧୯୬ କୋଟି ୬୨ ଲକ୍ଷ ୧୧ ହଜାର ୯୭୩ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୪ ଲକ୍ଷ ୯୧ ହଜାର ୯୪୧ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ୮୫ କୋଟି ୯୪ ଲକ୍ଷ ୯୩ ହଜାର ୩୮୭ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୬ ଲକ୍ଷ ୫୬ ହଜାର ୪୧୦ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୦.୫୦ ପ୍ରତିଶତ ରହିଛି । ଦେଶରେ ସକ୍ରିୟ ମାମଲା ମୋଟ ମାମଲାର ୨.୦୩ ପ୍ରତିଶତ ରହିଛି ।